Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗୁମ୍ମା ବ୍ଲକ ବିଜେଡି ଦଳର ଶତାଧିକ ନେତା ଓ କର୍ମୀ ବିଜେଡି ଦଳ ତ୍ୟାଗ କରି ଆଜି କଂଗ୍ରେସ ଦଳରେ ଯୋଗଦାନ କଲେ

ପାରଳାଖେମୁଣ୍ଡି:୮/୪(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ତିତ ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ର କଂଗ୍ରେସ ପ୍ରାର୍ଥୀ ତଥା ପୂର୍ବତନ ମୂଖ୍ୟ ଶାସନ ସଚିବ ରାଜ୍ୟ ନିର୍ବାଚନ ପ୍ରଚାର କମିଟି ର ଅଧ୍ୟକ୍ଷ ଶ୍ରୀ ଯୁକ୍ତ ବିଜୟ କୁମାର ପଟ୍ଟନାୟକ ଙ୍କ ପାରଳାଖେମୁଣ୍ଡି ସ୍ଥିତ ବାସଭବନଠାରେ ଶତାଧିକ ସମର୍ଥକଙ୍କ ସହ ଆଜି ଗୁମ୍ମା ବ୍ଲକର ବିଜେଡ଼ି ର ଲଢୁଆ ନେତା କଂଗ୍ରେସ ଦଳ ରେ ଯୋଗଦାନ କରିଅଛନ୍ତି। ସମାନେ ହେଉଛନ୍ତି ପୁର୍ବତନ ସରପଞ୍ଚ ବୃଶବ ପଞ୍ଚାୟତ ସିମୀୟ ଭୂୟାଁ ,ପୁର୍ବତନ ସରପଞ୍ଚ ପରିଡ଼ା ପଞ୍ଚାୟତ ସନିଆ ନାୟକ ପ୍ରେମିକା ରୋଇତ ପୁର୍ବତନ ଜିଲ୍ଲା ପରିଷଦ ସଭ୍ୟା ୩ ନମ୍ବର ଜୋନ ର ବହୁ ନେତା କର୍ମୀମାନଙ୍କୁ ନେଇ ବିଜେଡି ଛାଡ଼ି କଂଗ୍ରେସ ଦଳରେ ଯୋଗଦାନ କରିଥିଲେ ବିଜେଡି ଦଳ ଛାଡ଼ି କଂଗ୍ରେସ ଦଳରେ ଯୋଗଦାନ କରିଥିବା ସମସ୍ତଙ୍କୁ ଶ୍ରୀ ବିଜୟ ପଟ୍ଟନାୟକ ସେମାନଙ୍କୁ ଶୁଭେଚ୍ଛା ଜଣାଇବା ସହିତ କଂଗ୍ରେସ ଦଳରେ ସାମିଲ୍ କରିଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀଙ୍କ ବଦଳି ଦାବୀ କରି ଆଶା କର୍ମୀଙ୍କ ଧାରଣା ସହ ସରକାରୀ ପ୍ରୋକଷ୍ଠ ରେ ତାଲା ପକାଇଲେପାରଳାଖେମୁଣ୍ଡି:୯/୨(ଗରୁଡ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ବ୍ଲକ ଭାବେ ପରିଚିତ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଙ୍କ ବଦଳି ଦାବି ରେ ଆଶାକର୍ମୀ ଙ୍କ ଧାରଣା l ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କ ସରକାରୀ ପ୍ରକୋଷ୍ଠ ରେ ତାଲା ପକାଇ ପ୍ରକୋଷ୍ଠ ସମ୍ମୁଖରେ ଆଶାକର୍ମୀ ଧାରଣା ଦେଇଛନ୍ତି l ସେମାନଙ୍କ କୌଣସି କାର୍ଯ୍ୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ କରୁନଥିବା ଅଭିଯୋଗ କରିଛନ୍ତି ଆଶାକର୍ମୀ l ଯେବେଠାରୁ ଡାକ୍ତର ଜୟ ପଣ୍ଡା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଭାବେ ଦାୟିତ୍ୱ ନେଇଛନ୍ତି ସେହି ଦିନ ଠାରୁ ଆଶାକର୍ମୀ ଙ୍କୁ ନିୟମିତ ପାରିଶ୍ରମିକ ମିଳୁନଥିବା ଅଭିଯୋଗ କରିଛନ୍ତି l ପୂର୍ବରୁ ଅନେକ ଥର ପ୍ରଶାସନ ଠାରେ ଦାବି କରିଥିଲେ ମଧ୍ୟ କୌଣସି ସମାଧାନ ହୋଇନି l ଯେତେବେଳେ ପର୍ଯ୍ୟନ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କୁ ବଦଳି ହୋଇନି ସେତେବେଳେ ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଆଶାକର୍ମୀ ସଂଘ ସଭାନେତ୍ରୀ ଅନୁପମା ନାୟକ,ବ୍ଲକ ସଭାନେତ୍ରୀ ସଙ୍ଗୀତା ନାୟକ ଚେତାବନୀ ଦେଇଛନ୍ତି l