Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାଟଭାଲେରଠାରେ ବିଜେଡିର ପଞ୍ଚାୟତସ୍ତରୀୟ ବୈଠକ ଅନୁଷ୍ଠିତ

କଳାହାଣ୍ଡି,୧୨/୦୪-କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଗୋବର୍ଧନପୁର ପଞ୍ଚାୟତ ପାଟଭାଲେରସ୍ଥିତ ଆମ୍ବ ବଗିଚାଠାରେ ବିଜେଡିର ପଞ୍ଚାୟତସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଗୋବର୍ଧନପୁର ପଂଚାୟତ ବିଜେଡି ସଭାପତି କିରଣ କୁମାର ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଧାୟକ ପ୍ରତିନିଧି ପ୍ରଦୀପ କୁମାର ଘଡେଇ, ଲାଞ୍ଜିଗଡ ବ୍ଲକ ବିଜେଡି ସଭାପତି ହିମାଦ୍ରୀ ପେସନିଆ, ବିଜେଡି ଜୋନ ସଭାପତି ଚନ୍ଦ୍ରଶେଖର ମହାପାତ୍ର, ବିଜେଡି ଜିଲ୍ଲା ସଂପାଦକ ଜଗଦୀଶ ବେନିଆ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ମନୋହର ହରପାଲ, ସରପଞ୍ଚ ପ୍ରତିନିଧି ତପନ ମାଝୀ, ନାଏବ ସରପଞ୍ଚ ସଞ୍ଜୀବ କୁମାର ପଣ୍ଡା, ସରୋଜ ପ୍ରଧାନ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ପଂଚାୟତ ଅଂଚଳରୁ ଶତାଧିକ କର୍ମୀ ଯୋଗଦେଇ ତୃଣମୂଳ ସ୍ତରରୁ ବିଜେଡିକୁ ସଂଗଠିତ କରି ଏଥର ନିର୍ବାଚନରେ ବିଜୟ ଲାଭ କରିବାକୁ ସଂକଳ୍ପ ନେଇଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ