Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଏପ୍ରିଲ ୨୫ରୁ ଖରା ଛୁଟି

ଭୁବନେଶ୍ଵର: ପ୍ରବଳ ଗ୍ରୀଷ୍ମ ପ୍ରବାହରେ ଆଉଟୁ ପାଉଟୁ ସାରା ରାଜ୍ୟ। ଗ୍ରୀଷ୍ମ ପ୍ରବାକୁ ଦୃଷ୍ଟିରେ ରଖି ଏପ୍ରିଲ ୨୫ ତାରିଖରୁ ଗ୍ରୀଷ୍ମ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏହା ସହିତ ଏପ୍ରିଲ ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକ ସକାଳ ସାଢ଼େ ୬ଟାରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ ସ୍କୁଲ୍ ଗୁଡ଼ିକ ଖୋଲା ରହିବ।  ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଓ ପାଣିପାଗ ବିଭାଗର ସୂଚନାକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି।

ଗ୍ରୀଷ୍ମ ଛୁଟି ସମୟରେ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଛାତ୍ରଛାତ୍ରୀ, ଶିକ୍ଷକଶିକ୍ଷୟିତ୍ରୀମାନଙ୍କ ପାଇଁ ଶିକ୍ଷା ତଥା ଶୈକ୍ଷିକ କାର୍ଯ୍ୟକ୍ରମ ନିମନ୍ତେ ରାଜ୍ୟ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ, ରାଜ୍ୟ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବିଦ୍ୟାଳୟ ପରିଚାଳନା କରାଯିବ ବୋଲି ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଜାରି କରାଯାଇଥିବା ପ୍ରେସ୍ ରିଲିଜରେ ଉଲ୍ଲେଖ କରାଯାଇଛି।

ସୂଚନାଯୋଗ୍ୟ, ଏହା ପୂର୍ବରୁ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପ୍ରିଲ ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କରିଥିଲେ। ଏବେ ସାରା ରାଜ୍ୟରେ ଆକାଶରୁ ଅଗ୍ନିବର୍ଷା ହେଉଛି। ଅନେକ ସ୍ଥାନରେ ପାରଦ ୪୫ ଛୁଇଁଲାଣି।