Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୬ ଜିଲ୍ଲାକୁ ହିଟଓ୍ବେଭ୍ ଆଲର୍ଟ ଜାରି

ଭୁବନେଶ୍ୱର: ଆଜି ବି ରାଜ୍ୟରେ ଜାରି ରହିବ ଖରାର ପ୍ରକୋପ। ପ୍ରଚଣ୍ଡ ତାତିକୁ ଦୃଷ୍ଟିରେ ରଖି ୬ ଜିଲ୍ଲାକୁ ହିଟଓ୍ବେଭ୍ ଆଲର୍ଟ ଜାରି କରାଯାଇଛି। ଏ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଏହି ଜିଲ୍ଲାଗୁଡିକ ହେଲା ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ସୋନପୁର, ବୌଦ୍ଧ ଏବଂ ଦେବଗଡ। ସମସ୍ତ ପ୍ରକାର ସ୍ଥିତିର ମୁକାବିଲା ପାଇଁ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସଆରସି । ଅଂଶୁଘାତ ମୁକାବିଲା ନେଇ ଆବଶ୍ୟକ ପଦକ୍ଷେପ ନେବା ସହ ଲୋକଙ୍କୁ ସଚେତନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଅନ୍ୟପଟେ ଆସନ୍ତାକାଲିଠୁ ତାତିରୁ ସାମାନ୍ୟ ଆଶ୍ବସ୍ତି ମିଳିପାରେ। କାଳବୈଶାଖୀ ବର୍ଷା ଯୋଗୁ ତାତିର ପ୍ରକୋପ କମିପାରେ। ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଥିବା କହିଛି ପାଣିପାଗ ବିଭାଗ। ଏଥିପାଇଁ ୨୧ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।