Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୧୭ ଯାଏ ସମ୍ବଲପୁରରେ ଇଣ୍ଟରନେଟ୍‌ ସେବା ବନ୍ଦ

ସମ୍ବଲପୁର: ସମ୍ବଲପୁର ସହରରେ ଗତକାଲି ରାତିରୁ ଅନିର୍ଦ୍ଦିଷ୍ଟ କାଳ ଯାଏ କର୍ଫ୍ୟୁ ଲାଗୁ କରାଯାଇଛି। ପୂର୍ବରୁ ଇଣ୍ଟରନେଟ୍‌ ସେବା ମଧ୍ୟ ବନ୍ଦ ରଖାଯାଇଛି। ଜିଲ୍ଲାରେ ଲାଗି ରହିଥିବା ବିଶୃଙ୍ଖଳା ପରିସ୍ଥିତିକୁ ଏଡାଇବା ଲାଗି ବନ୍ଦ ଥିବା ଇଣ୍ଟରନେଟ୍ ସେବା ଅବଧିକୁ ପୁଣି ବୃଦ୍ଧି କାରାଯାଇଛି। ଆହୁରି ୪୮ ଘଣ୍ଟା ଇଣ୍ଟରନେଟ୍ ସେବା ବନ୍ଦ କରିବା ନେଇ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୧୭ ତାରିଖ ଦିନ ୧୦ଟା ଯାଏଁ ଇଣ୍ଟରନେଟ୍ ସେବା ବନ୍ଦ ରହିବା ନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।

୧୩ ତାରିଖରେ ସମ୍ବଲପୁରରେ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବାକୁ ବନ୍ଦ କରି ଦିଆଯାଇଥିଲା। ତଥାପି ପରିସ୍ଥିତିରେ ସୁଧାର ଆସିନଥିବାରୁ ପୁଣି ଇଣ୍ଟରନେଟ ସେବା ଅବଧିକୁ ବୃଦ୍ଧି କରାଯାଇଛି।

ଗତ ୧୨ ତାରିଖ ରାତିରେ ହନୁମାନ ଜୟନ୍ତୀ ପାଇଁ ବାଇକ ରାଲି ଶୋଭାଯାତ୍ରା ବେଳେ ସମ୍ବଲପୁର ସହରରେ ଦୁଇଗୋଷ୍ଠୀ ଭିତରେ ଗଣ୍ଡଗୋଳ ଓ ପଥରମାଡ ହୋଇଥିଲା। ପୁଲିସ୍‌ ଏହାକୁ ଅଟକାଇବାକୁ ଚେଷ୍ଟା କରିବାରୁ ଉତ୍ତ୍ୟକ୍ତ ଲୋକେ ପୁଲିସ ଉପରକୁ ପଥର ମାଡ଼ କରିଥିଲେ। ଏଥିରେ ଅତିରିକ୍ତ ଏସ୍ପି ଓ ଧନୁପାଲି ଆଇଆଇସିଙ୍କ ସମେତ ୧୦ଜଣ ପୁଲିସ କର୍ମଚାରୀ ଆହତ ହୋଇଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ