ରାଜ୍ୟ ସରକାର ବିରୋଧରେ ବିଜେପିର ଚାର୍ଜସିଟ୍‌, କେନ୍ଦ୍ର ମନ୍ତ୍ରୀଙ୍କ ପ୍ରଶ୍ନ- ଓଡିଶାବାସୀଙ୍କଠାରୁ ତାମିଲନାଡୁକୁ କାହିଁକି ଶସ୍ତା ଦିଆଯାଉଛି ବିଜୁଳି


ଭୁବନେଶ୍ୱର: ବିଜେପି ଓ ବିଜେଡି ମଧ୍ୟରେ ଆରମ୍ଭ ହୋଇ ଯାଇଛି ଆକ୍ରମଣ । ଗୋଟିଏ ପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜିଠୁ ନିଜର ନିର୍ବାଚନ ପ୍ରଚାର ଆରମ୍ଭ କରିବା ସହିତ ବିରୋଧୀଙ୍କୁ ଟାର୍ଗେଟ୍ କରିଥିବା ବେଳେ ଅନ୍ୟପେଟ ରାଜ୍ୟ ସରକାରଙ୍କ ବିରୋଧରେ ବିଜେପି ଆଣିଛି ଚାର୍ଜସିଟ୍ । ବୁଧବାର ରାଜ୍ୟ କାର୍ଯ୍ୟାଳୟରେ ଚାର୍ଜସିଟ୍ ଲୋକାର୍ପିତ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଭୂପେନ୍ଦ୍ର ଯାଦବ । କେତେ ଦିନ ସହିବା ପରିବର୍ତନ ଆଣିବା ନାଁରେ ଚାର୍ଜସିଟ୍ ଅଣାଯାଇଛି । ପଂଚାୟତଠୁ ସଚିବାଳାୟ ଯାଏଁ ବିଭିନ୍ନ ଦୁର୍ନୀତିକୁ ନେଇ ଏହି ଚାର୍ଜସିଟ୍ ପ୍ରସ୍ତୁତ କରାଯାଇଛି । ଚାର୍ଜସିଟରେ ଶିକ୍ଷା, ସ୍ୱାସ୍ଥ୍ୟ, ପାନୀୟ ଜଳ ବ୍ୟବସ୍ଥା ହୋଇ ନ ଥିବା ଅଭିଯୋଗ ହୋଇଛି । ଚିଟଫଣ୍ଡ ଦୁର୍ନୀତି, ମହିଳା ବିରୋଧୀ ହିଂସା ଆଦି ଚାର୍ଜସିଟରେ ଉଲ୍ଲେଖ ରହିଛି ।

ଚାର୍ଜସିଟ୍ ଲୋକାର୍ପଣ କରି ବଡ ପ୍ରଶ୍ନ ପଚାରିଛନ୍ତି ଭୂପେନ୍ଦ୍ର ଯାଦବ । ଓଡିଶାବାସୀଙ୍କଠାରୁ ତାମିଲନାଡୁକୁ କାହିଁକି ଶସ୍ତା ବିଜୁଳି ଦିଆଯାଉଛି । ଓଡିଶା ଲୋକେ ବିଜୁଳି ୟୁନିଟ୍ ପିଛା ୨ ଟଙ୍କା ୮୩ ପଇସା ଦେଉଥିବା ବେଳେ ସେହି ବିଜୁଳି ତାମିଲନାଡୁକୁ ଶସ୍ତାରେ ଯୋଗାଇ ଦିଆଯାଉଛି । ତାମିଲନାଡୁ ବିଦ୍ୟୁତ ବିତରଣ ସଂସ୍ଥା ୟୁନିଟ୍ ପିଛା ୨ ଟଙ୍କା ୫୩ ପଇସା ଦେଉଛି । କାହିଁକି ତାମିଲନାଡୁକୁ ଶସ୍ତାରେ ବିଜୁଳି ଦିଆଯାଉଛି ବୋଲି ଭୂପେନ୍ଦ୍ର ରାଜ୍ୟ ସରକାରଙ୍କୁ ବଡ ପ୍ରଶ୍ନ କରିଛନ୍ତି । ଏହା ସହିତ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଯାଂଚ ହେବା ଦରକାର ବୋଲି ସେ କହିଛନ୍ତି । ଯୋଗ୍ୟ ବ୍ୟକ୍ତିଙ୍କୁ ଘର ଦିଆଯାଉ ନାହିଁ । ଓଡିଶାରେ ଶାସନ ବ୍ୟବସ୍ଥା ଲାଇନଚ୍ୟୁତ ହୋଇ ଯାଇଛି ବୋଲି ଭୂପେନ୍ଦ୍ର ଯାଦବ କହିଛନ୍ତି ।

ସେହିପରି ଓଡିଶାରେ ଅଫିସରରାଜ ଚାଲିଥିବା କହିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ବିଜେପିର ଚାର୍ଜସିଟ୍ ଲୋକାର୍ପଣ ଅବସରରେ ମନମୋହନ ଏହା କହିଛନ୍ତି । ଓଡିଶାରେ ଆଜି ନା ଗଣତାନ୍ତ୍ରିକ ବ୍ୟବସ୍ଥା ଅଛି ନା ରାଜନୈତିକ ବ୍ୟବସ୍ଥା ଅଛି । ମନ୍ତ୍ରୀ, ବିଧାୟକ, ସାଂସଦଙ୍କ ସମ୍ମାନରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ୨/୪ ଜଣ ମୁଷ୍ଟିମେୟ ଅଫିସର ଆଜି ରାଜ୍ୟରେ ଆତଙ୍କରାଜ ସୃଷ୍ଟି କରୁଛନ୍ତି । ଆଜି ରାଜ୍ୟର ମନ୍ତ୍ରୀ, ବିଧାୟକ, ସାଂସଦଙ୍କ ମୁହଁରୁ କଥା ବାହାରୁନି । ଗଣତନ୍ତ୍ରରେ ମନ୍ତ୍ରୀ, ବିଧାୟକ, ସାଂସଦ କ୍ରୀତଦାସ ନୁହନ୍ତି । ଗଣତନ୍ତ୍ରରେ ଡରାଇ, ଧମକାଇ ଶାସନ ଚାଲି ପାରିବ ନାହିଁ ।

ଗଜପତି ଜିଲ୍ଲାରେ ଆନ୍ଧ୍ର ଅଧିକାରୀମାନଙ୍କ ବେଆଇନ ପ୍ରବେଶକୁ ପ୍ରଶୟ ଦିଆଯିବ ନାହିଁ…. ଗଜପତି ଜିଲ୍ଲାପାଳ ପାରଳାଖେମୁଣ୍ଡି,୧୯/୭(ଗରୁଡ ଧ୍ୱଜ ଚୌଧୁରୀ) ଓଡ଼ିଶା ସୀମାରେ ଆନ୍ଧ୍ର ଅଧିକାରୀଙ୍କ ଅନୁପ୍ରବେଶ କରି ଓଡ଼ିଶାର 3 ଗୋଟି ଗାଁକୁ ଆନ୍ଧ୍ରର ବୋଲି ଦାବି କରିବା ବ୍ୟର୍ଥ ଉଦ୍ୟମକୁ କେବେ ବି ସଫଳ କରି ଦିଆଯିବନାହିଁ. ଓଡିଶା ତଥା ଗଜପତି ଜିଲ୍ଲାର ପରିସୀମା ମଧରେ ଆନ୍ଧ୍ର ଅଧିକାରୀଙ୍କ ବେଆଇନ ପ୍ରବେଶ ଓ ବିଭିନ୍ନ ମିଥ୍ୟା ଓ ବିଭ୍ରାନ୍ତିକର ମନ୍ତବ୍ୟକୁ କେବେ ବି ପ୍ରଶୟ ଦିଆ ଯିବନାହିଁ ବୋଲି ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ ଦୃଢତାର ସହ ପ୍ରକାଶ କରିଛନ୍ତି.ଏହି ଘଟଣା ନେଇ ଗଜପତି ଜିଲ୍ଲା ପ୍ରଶାସନ ସମ୍ପୂର୍ଣ ଆକସନ୍ ମୁଡ୍‌ରେ ରହିଥ‌ିବା ଜଣାପଡ଼ିଛି। ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅଧୀନ ଗଙ୍ଗାବାଡ଼ ପଞ୍ଚାୟତର ମାଣିକପାଟଣା, ଆମରିଙ୍ଗି ଓ ବୁରୁସିଂ ଆଦି 3 ଗୋଟି ଗ୍ରାମକୁ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ ଓ ଆରକ୍ଷୀ ଅଧୀକ୍ଷକ ଯତୀନ୍ଦ୍ର ପଣ୍ଡା ପହଞ୍ଚି ଲୋକଙ୍କ ସହ ସାକ୍ଷାତ କରି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ଆନ୍ଧ୍ରର କୌଣସି ଅଧିକାରୀ ଆସିଲେ ଡରିବାର ନାହିଁ. ତୁରନ୍ତ ପ୍ରଶାସନକୁ ଜଣାଇବାକୁ ଜିଲ୍ଲାପାଳ ଗ୍ରାମବାସୀଙ୍କୁ କହିଛନ୍ତି. ଓଡ଼ିଶା ଜାଗା ଛାଡିବୁନି କି ଆନ୍ଧ୍ର ଜାଗା ମାଡ଼ିବୁ ନାହିଁ ବୋଲି ଜିଲ୍ଲାପାଳ ବିଜୟ କୁମାର ଦାସ ଗ୍ରାମବାସୀମାନଙ୍କୁ ଦୃଢତାର ସହ ପ୍ରକାଶ କରିଛନ୍ତି। ଏଥିସହ ମାଣିକପାଟଣାରେ ତିଆରି ହୋଇଥିବା ଆନ୍ଧ୍ରର ଅଙ୍ଗନବାଡ଼ି କେନ୍ଦ୍ରକୁ ବୁଲି ଦେଖୁବା ସହ ଉକ୍ତ କେନ୍ଦ୍ରର ସୀମା ଚିହ୍ନଟ ପାଇଁ ରାୟଗଡ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୀମାକୁ ନେଇ କୌଣସି ବିବାଦ ନାହିଁ ଉନ୍ନୟନ କାର୍ଯ୍ୟ ହୋଇଥିବା ଅଞ୍ଚଳ ଓଡ଼ିଶାର, ଓଡ଼ିଶା ସୀମା ଭିତରେ ହିଁ ରହିଛି. ଗତ କିଛି ଦିନ ତଳେ ପାରଳାଖେମୁଣ୍ଡି ଉପଜିଲ୍ଲାପାଳ ଏହି ଅଞ୍ଚଳ ଗସ୍ତ କରି ସମସ୍ତ ଅନୁଧ୍ୟାନ କରିବା ପରେ ଯେଉଁ ରିପୋର୍ଟ ପ୍ରଦାନ କରିଛନ୍ତି ଆନ୍ଧ୍ରର ଶ୍ରୀକାକୁଲମ ଜିଲ୍ଲାପାଳଙ୍କୁ ଚିଠି ଲେଖୁ ଜଣାଇ ଦିଆଯାଇଛି। ଏହି ଗସ୍ତ ସମୟରେ ସହକାରୀ ନିର୍ବାହୀ ଯନ୍ତ୍ରୀ ସିଦ୍ଧାର୍ଥ ଶଙ୍କର ତ୍ରିପାଠୀ, ସିଡିପିଓ ବି. କାମଳାଙ୍ଗୀ, ଏସ୍‌ ଡିପିଓ ମାଧବାନନ୍ଦ ନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ମାୟାଧର ସାହୁ, ଗାରାବନ୍ଧ ଥାନା ଅଧିକାରୀ ପ୍ରଶାନ୍ତ ନିଶିକା ପ୍ରମୁଖଙ୍କ ସହ କେତେଜଣ ପ୍ରଶାସନିକ ଅଧିକାରୀ ଏହି 3 ଗୋଟି ଗ୍ରାମକୁ ଉପଜିଲ୍ଲାପାଳଙ୍କ ସହ ଗସ୍ତ କରି ସମସ୍ତ ଅନୁଧ୍ୟାନ କରିଥିଲେ। ମୋଟାମୋଟି ଭାବେ ଏହି ସମସ୍ତ ଅଞ୍ଚଳ କେବଳ ଓଡିଶାର ଏବଂ ଗଜପତି ଜିଲ୍ଲା ଅଧୀନରେ ରହିଥିବା ସ୍ପଷ୍ଟ ହୋଇଯାଇଛି. ଆଗାମୀ ଦିନରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ଆହୁରି ଅନେକ ବିକାଶମୂଳକ ଜନ ହିତକର କାର୍ଯ୍ୟ କରାଯିବ. ତେଣୁ ଅଞ୍ଚଳବାସୀ ଆନ୍ଧ୍ରର କେତେକ ଅଧିକାରୀଙ୍କ ବିଭ୍ରାନ୍ତିମୂଳକ ଓ ଭୁଲ ତଥ୍ୟକୁ କୌଣସି ଭାବେ ଗୁରୁତ୍ୱ ନ ଦେଇ ଓଡିଶା ପ୍ରଶାସନର ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ନିଜ ନିଜକୁ ସାମିଲ କରି ଏହି ଅଞ୍ଚଳର ଉନ୍ନତି ଓ ବିକାଶ ପାଇଁ ସହଯୋଗ କରନ୍ତୁ ବୋଲି ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶ ସମ୍ପୃକ୍ତ ଅଞ୍ଚଳବାସୀଙ୍କୁ ନିବେଦନ କରିଛନ୍ତି.