Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଝାରସୁଗୁଡା ଉପନିର୍ବାଚନ; ଦଳୀୟ ଟିକେଟ୍‌ ନେଲେ ଦୀପାଳି

ଭୁବନେଶ୍ୱର: ଝାରସୁଗୁଡା ନିର୍ବାଚନ ଲାଗି ପ୍ରଚାର ପ୍ରସାର ଜୋରଦାର ହେଉଥିବା ବେଳେ ଆଜିଠୁ ଆରମ୍ଭ ହୋଇଛି ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା। ଆଜି ନାମାଙ୍କନ ଭରିଛନ୍ତ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ। ସେହିପରି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦୀପାଳି ଦାସଙ୍କୁ ଦଳୀୟ ଟିକେଟ୍‌ ପ୍ରଦାନ କରିଛନ୍ତି। ନବୀନ ନିବାସରୁ ଟିକେଟ ନେଇ ଫେରିଛନ୍ତି ଦୀପାଳି।

ବିଜେଡି ସୁପ୍ରିମୋଙ୍କ ଆଶୀର୍ବାଦ ନେବା ସହ ନବୀନ ପଟ୍ଟନାୟକଙ୍କୁ ଗୌରବାନ୍ବିତ କରିବେ ବୋଲି କହିଛନ୍ତି ଦୀପାଳି । ବିଜୟ ନେଇ ସମ୍ପୂର୍ଣ୍ଣ ଆଶାବାଦୀ ଥିବା କହିଛନ୍ତି ଦୀପାଳି । ମୁଖ୍ୟମନ୍ତ୍ରୀଙ୍କୁ ଝାରସୁଗୁଡ଼ାର ସବୁ ବିକାଶ ପାଇଁ ଧନ୍ୟବାଦ ଜଣାଇଛନ୍ତି ଦୀପାଳି ।

ଆସନ୍ତା ୧୮ ତାରିଖରେ ନାମାଙ୍କନ ପତ୍ର ଦାଖଲ କରିବେ ଦୀପାଳି । ଦୀପାଳି ଦାସଙ୍କୁ ଜିତାଇବା ଲାଗି ଦଳ ପକ୍ଷରୁ ପ୍ରସ୍ତୁତି ଜୋରସୋରରେ ଚାଲିଥିବା ଜଣାପଡ଼ିଛି।