Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଡିଭାଇଡରରେ ପିଟି ହେଲା ବସ୍, ଅଳ୍ପକେ ବର୍ତ୍ତିଲେ ୫୦ ଯାତ୍ରୀ

ବାଲେଶ୍ବର: ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହେଲା ବସ୍ । ବଡ଼ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ୫୦ ଯାତ୍ରୀ । ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ଇନ୍ଦିରା ଛକ ନିକଟରେ ଘଟିଛି ଦୁର୍ଘଟଣା ।

ଦାକ୍ଷାୟାନୀ ନାମକ ଯାତ୍ରୀବାହୀ ବସ୍ ବାଲେଶ୍ୱରରୁ କୋଲକତା ଅଭିମୁଖେ ଯାଉଥିଲା । ବସ୍ ରାତି ପ୍ରାୟ ଗୋଟାଏ ସମୟରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଡିଭାଇଡରକୁ ଧକ୍କା ଦେଇଥିଲା ।

ଡ୍ରାଇଭରଙ୍କ ଆଖି ଲାଗି ଯାଇଥିବାରୁ ଏପରି ଦୁର୍ଘଟଣା ଘଟିଥିବା କୁହାଯାଉଛି । ଯାତ୍ରୀମାନଙ୍କୁ ଅନ୍ୟ ଏକ ବସ୍‌ରେ ସେମାନଙ୍କ ଗନ୍ତ୍ୟବସ୍ଥଳକୁ ପଠାଯାଇଛି । ଦୁର୍ଘଟଣା ପରେ ବସ୍‌ ଡ୍ରାଇଭର ହେଲପର ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି । ବସ୍ତା ପୋଲିସ ବସ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି ।