ଦକ୍ଷିଣ ଓଡ଼ିଶାରେ ଆଜି ପୁଣି ନବୀନଙ୍କ ହାଇପ୍ରୋଫାଇଲ କ୍ୟାମ୍ପେନ


ଭୁବନେଶ୍ବର: ନବୀନଙ୍କ ମିଶନ ଦକ୍ଷିଣ ଓଡ଼ିଶା । ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋଙ୍କ ଘନ ଘନ ପ୍ରଚାର । କଳାହାଣ୍ଡି ଲୋକସଭା କ୍ଷେତ୍ରରେ ଆଜି ପ୍ରଚାର କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଦିନ ୧୧ଟା ୫ରେ କଳାହାଣ୍ଡି ଭବ ଶ୍ରୀକୃଷ୍ଣନଗରରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ । ସେଠାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ।
ଏହି ସମୟରେ କଳାହାଣ୍ଡି ଲୋକସଭା କ୍ଷେତ୍ରର ବିଧାୟକ ଓ ସାଂସଦ ପ୍ରାର୍ଥୀ ଉପସ୍ଥିତ ରହିବେ । ଏହାପରେ ନୂଆପଡ଼ା ଜିଲ୍ଲାର ଖଡ଼ିଆଳରେ ବିଶାଳ ଜନସଭାକୁ ଉଦବୋଧନ ଦେବେ ନବୀନ । ୧୨ଟା ୧୦ରେ ଖଡ଼ିଆଳରେ ପହଞ୍ଚି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ନବୀନଙ୍କ ଗସ୍ତକୁ ନେଇ ଦଳୀୟ କର୍ମୀ ଉତ୍ସାହିତ ଥିବା ବେଳେ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ବଢ଼ିବାରେ ଲାଗିଛି । ରାଜ୍ଯରେ ପ୍ରଥମ ପର୍ଯ୍ୟାୟରେ ଆସନ୍ତା ୧୩ ତାରିଖରେ କଳାହାଣ୍ଡି ସହ ନବରଙ୍ଗପୁର, କୋରାପୁଟ ଓ ବ୍ରହ୍ମପୁର ଲୋକସଭା କ୍ଷେତ୍ରରେ ନିର୍ବାଚନ ଅନୁଷ୍ଠିତ ହେବ ।