ଜୁନ୍ ୧ ଓଡ଼ିଶାର ଚତୁର୍ଥ ପର୍ଯ୍ୟାୟ ଭୋଟ; ପ୍ରକାଶ ପାଇଲା ବିଜ୍ଞପ୍ତି


ଭୁବନେଶ୍ବର: ଦେଶର ୭ମ ତଥା ଓଡ଼ିଶାରେ ଜୁନ ୧ ତାରିଖରେ ଚତୁର୍ଥ ପର୍ଯ୍ୟାୟରେ ହେବ ମତଦାନ । ଏଥିପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ପର୍ଯ୍ୟାୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର ଓ ସମ୍ବଲପୁର ଲୋକସଭା ଆସନରେ ଭୋଟ ହେବ । ଏହାସହ ଏହି ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ସମସ୍ତ ବିଧାନସଭା ଆସନରେ ମଧ୍ୟ ଭୋଟ ଗ୍ରହଣ ହେବ । ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ମତଦାନ କରାଯିବ ।
ସୂଚନାଯୋଗ୍ୟ, ଏପ୍ରିଲ ୨୯ ତାରିଖରେ ତୃତୀୟ ପର୍ଯ୍ୟାୟ ଭୋଟ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଏହି ପର୍ଯ୍ୟାୟରେ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଓ ଭୁବନେଶ୍ୱର ଲୋକସଭା ଆସନ, ଏହା ଅଧୀନରେ ଥିବା ୪୨ଟି ବିଧାନସଭା ଆସନରେ ମେ’ ୨୫ ତାରିଖରେ ନିର୍ବାଚନ ହେବ ।
ସେହିପରି ଏପ୍ରିଲ ୨୬ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ମେ’ ୨୦ରେ ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ହେବ । ସେହିପରି ପ୍ରଥମ ପର୍ଯ୍ୟାୟ ଭୋଟ ମେ’ ୧୩ରେ ହେବ ।