Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ତାତିରୁ ମୁକ୍ତି: ଟ୍ବିନସିଟିରେ ବର୍ଷା, ୬ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ବର: ବଦଳିଛି ପାଗ । ତାତିରୁ ରାଜ୍ୟବାସୀଙ୍କୁ ମିଳିଛି ମୁକ୍ତି । କାଳବୈଶାଖୀ ଆଣିଓି ଆଶ୍ବସ୍ତି । ସକାଳୁ ସକାଳୁ ଟ୍ବିନସିଟି କଟକ ଓ ଭୁବନେଶ୍ବରରେ ଆକାଶ ମେଘାଚ୍ଛନ ରହିବା ସହ ଝିପିଝିପି ବର୍ଷା ହେଉଛି । ରାଜ୍ୟରେ ଆଗାମୀ ୩ରୁ ୪ ଦିନ ଯାଏଁ କାଳବୈଶାଖୀ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ୱାର୍ଣ୍ଣିଂ ଜାରି କରାଯାଇଛି ।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ଓ ଆସନ୍ତାକାଲି ପାଇଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ୬ ଜିଲ୍ଲା ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।
ସେହିପରି ଆଜି ୧୪ ଜିଲ୍ଲାକୁ ଘଡ଼ଘଡ଼ି ସହ ପବନ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୧୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା ନେଇ ସତର୍କ ସୂଚନା ଜାରି ହୋଇଛି । ଏହାର ପ୍ରଭାବରେ ଆଗାମୀ ୩ରୁ ୪ ଦିନ ଦିନ ତାପମାତ୍ରା ୪ରୁ ୬ ଡିଗ୍ରୀ କମିବାର ସମ୍ଭାବନା ରହିଛି ।