Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବ୍ରହ୍ମପୁର ବିଶ୍ବବିଦ୍ୟାଳୟରେ ନିର୍ବାଚନର ପର୍ବ ଦେଶର ଗର୍ବ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ।

ଗୋପାଳପୁର,୦୭/୦୫
ଭାରତ ସରକାରଙ୍କ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧୀନସ୍ଥ ବ୍କେରହ୍ମପୁର ନ୍ଦ୍ରୀୟ ସଂଚାର ବ୍ୟୁରୋ, କ୍ଷେତ୍ର କାର୍ଯ୍ୟାଳୟ ଏବଂ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଜାତୀୟ ସେବା ଯୋଜନା ବ୍ୟୁରୋ ର ମିଳିତ ଆନୁକୂଲ୍ୟରେ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ନୂତନ ସମ୍ମିଳନୀ କକ୍ଷ ଠାରେ ଏକ ଦିନକିଆ ଭୋଟର ସଚେତନା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି l କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶଙ୍କ ନିର୍ଦ୍ଦେଶ କ୍ରମେ ଏହି ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ସ୍ନାତକତ୍ତୋର ପରିଷଦର ଅଧ୍ୟକ୍ଷ ପ୍ରଫେସର ସୁକାନ୍ତ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟ ବକ୍ତା ଭାବେ ଗଞ୍ଜାମ ଜିଲ୍ଲା ପ୍ରଶାସନ ତରଫରୁ ନୋଡାଲ ଅଫିସର ସସ୍ମିତା କୁମାରୀ ସାହୁ ଯୋଗ ଦେଇ, ଇଭିଏମ୍ ଏବଂ ଭିଭିପାଟ ସମ୍ପର୍କ ରେ ସବିଶେଷ ଆଲୋଚନା କରିଥିଲେ। ଏହାସହ ନୂତନ ଭୋଟର ମାନଙ୍କୁ ଗଣତନ୍ତ୍ର ର ମହାପର୍ବରେ ଯୋଗ ଦେଇ ନିଜ ଭୋଟଦାନ ଅଧିକାର ସାବ୍ୟସ୍ତ କରିବା ପାଇଁ ଆହ୍ବାନ ଦେଇଥିଲେ। କାର୍ଯ୍ୟକ୍ରମର ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ଜାତୀୟ ସେବା ଯୋଜନା ସଂଯୋଜକ ଡ଼ଃ. ଜୟନ୍ତ କୁମାର ପଣ୍ଡା ସମ୍ମାନୀତ ଅତିଥି ଭାବେ ଯୋଗ ଦେଇ ପ୍ରଥମ ଥର ପାଇଁ ଭୋଟଦାନର ଅଧିକାର ପାଇ ଥିବା ଛାତ୍ରଛାତ୍ରୀମାନଙ୍କୁ ଗଣତନ୍ତ୍ରର ଏହି ମହାନ ପର୍ବରେ ସାମିଲ ହୋଇ ନିଜର ମତଦାନ ସାବ୍ୟସ୍ତ କରିବା ପାଇଁ ପରାମର୍ଶ ଦେଇଥିଲେ। ଏକ ସୁସ୍ଥ ଗଣତନ୍ତ୍ର ଗଠନ ଦିଗରେ ଭୋଟରମାନଙ୍କ ଭୂମିକା ଗୁରୁତ୍ବପୂର୍ଣ୍ଣ ହୋଇଥିବା ବେଳେ ଯୁବଭୋଟରମାନେ ମତଦାନରେ ଭାଗନେଇ ଗଣତନ୍ତ୍ରକୁ ସୂଦ଼ଢ କରିବା ପାଇଁ ସେ ଆହ୍ବାନ ଦେଇଥିଲେ। ଏହି ଅବସରରେ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ଜାତୀୟ ସେବା ଯୋଜନା ର କାର୍ଯ୍ୟକ୍ରମ ଅଧିକାରୀ ଶକ୍ତିରଞ୍ଜନ ଦାଶ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ଏକ ସମୂହ ମତଦାତା ଶପଥ ପାଠ କରାଇଥିଲେ। ଏହାସହ ଛାତ୍ରଛାତ୍ରୀଙ୍କ ମଧ୍ୟରେ ମତଦାନ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ନିର୍ବାଚନ ସଂପର୍କତି ବିଭିନ୍ନ ଦିଗକୁ ନେଇ ଏକ କୁଇଜ ପ୍ରତିଯୋଗିତାର ଆୟୋଜନ କରାର୍ଯାଇଥିଲା । ଏଥିରେ କୃତ୍ତି ପ୍ରତିଯୋଗିମାନଙ୍କୁ ଟ୍ରଫି ସହ ପୁରସ୍କୃତ କରାଯାଇଥିଲା। କାର୍ଯ୍ୟକ୍ରମର ଶେଷ ଭାଗରେ ଭୋଟଦାନ ସଂପର୍କରେ ସଚତନତା ସୃଷ୍ଟି କରିବା ପାଇଁ ଏକ କଣ୍ଡେଇ ନାଟକ ସହ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏନଏସଏସ କାର୍ଯ୍ୟକ୍ରମ ଅଧିକାରୀ ଡକ୍ଟର ଶଂକର୍ଷଣ ମଲ୍ଲିକ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଅନ୍ୟତମ କାର୍ଯ୍ୟକ୍ରମ ଅଧିକାରୀ ଡକ୍ଟର ଇତିଶ୍ରୀ ଗୀତାକୁମାରି ଧନ୍ୟବାଦ ପ୍ରସ୍ତାବ ଦେଇଥିଲେ। କାର୍ଯ୍ୟକ୍ରମରେ ବିଶ୍ଵବିଦ୍ୟାଳୟର ବିଭିନ୍ନ ବିଭାଗର ବହୁ ସଂଖ୍ୟକ ଛାତ୍ରଛାତ୍ରୀ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ବ୍ରହ୍ମପୁର ସ୍ଥିତ କେନ୍ଦ୍ରୀୟ ସଂଚାର କାର୍ଯ୍ୟାଳୟର ସହକାରୀ ଅଧିକାରୀ ଜୀବନ କୁମାର ସାମନ୍ତ ସିଂହାରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ପ୍ରମୋଦ କୁମାର ସାବତ, ଜିଲ୍ଲା କାର୍ଯ୍ୟକ୍ରମ ଅଧିକାରୀ ଗଣେଷ ଚନ୍ଦ୍ର ସାହୁ, ସୌମ୍ୟଶ୍ରୀ ସାହୁ ପ୍ରମୂଖ ଏଥିରେ ସହଯୋଗ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ