Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଆଜି କନ୍ଧମାଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚାର

ଭୁବନେଶ୍ବର: ଆଜି କନ୍ଧମାଳ ଜିଲ୍ଲାକୁ ନିର୍ବାଚନୀ ପ୍ରଚାରରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାକୟ । କନ୍ଧମାଳ ଷ୍ଟାଡିୟମରେ ପହଞ୍ଚି ନିର୍ବାଚନୀ ସଭାରେ ଯୋଗଦେବେ ।
ଅପରାହ୍ନ ପ୍ରାୟ ୧୨ଟାରେ ମୁଖ୍ୟମନ୍ତ୍ରୀ କନ୍ଧମାଳ ଷ୍ଟାଡିୟମରେ ପହଞ୍ଚିବେ । ସେଠାରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେବେ । ସଭାରେ କନ୍ଧମାଳ ସାଂସଦ ପ୍ରାର୍ଥୀଙ୍କ ସହ ସଂସଦୀୟ କ୍ଷେତ୍ରର ୭ଟି ବିଧାନସଭା ପ୍ରାର୍ଥୀଙ୍କ ପାଇଁ ନବୀନ ଭୋଟ ଭିକ୍ଷା କରିବେ । ଏଥିସହ ସାଧାରଣ ଜନତାଙ୍କୁ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି ।
ସେହିପରି ୧୧ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କନ୍ଧମାଳ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ସେ କନ୍ଧମାଳରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ । ମୋଦିଙ୍କ ଗସ୍ତକୁ ନେଇ ବିଜେପି ମହଲରେ ଉତ୍ସାହର ଲହରି ଖେଳିଯାଇଛି । କନ୍ଧମାଳ ଜିଲ୍ଲାର ନେତା ଓ କର୍ମୀମାନେ ତାଙ୍କୁ ଭବ୍ୟ ସ୍ୱାଗତ କରିବା ପାଇଁ ସମସ୍ତ ପ୍ରକାର ଆୟୋଜନ ଆରମ୍ଭ କରିଦେଇଛନ୍ତି ।