ଭୁବନେଶ୍ୱର: କଲବଲ କରୁଛି ତାତି। ହେଲେ ଆଜିଠୁ ପାଗରେ ପରିବର୍ତ୍ତନ ଆସିପାରେ। ରାଜ୍ୟର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବା ନେଇ ପୂର୍ବନୁମାନ କରିଛି ପାଣିପାଗ ବିଭାଗ। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇପାରେ । ଆଜି ମଧ୍ୟ କିଛି ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ସମ୍ଭାବନା ରହିଛି। ଏ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ସେହି ଜିଲ୍ଲାଗୁଡିକ ହେଲା ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ମୟୁରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଏବଂ କେନ୍ଦୁଝରକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।
ସେହିପରି ଆସନ୍ତାକାଲି ଉପକୂଳ ଓଡ଼ିଶାର ପୁରୀ, ଖୋର୍ଦ୍ଧା, କଟକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ନୟାଗଡ ସମେତ ୨୦ଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।