ବିଶ୍ଵବିଦ୍ୟାଳୟ କୁଳପତିଙ୍କୁ ଦ୍ୱିତୀୟ ବର୍ଷ ଅବସରରେ ସମ୍ବର୍ଦ୍ଧନା


ଗୋପାଳପୁର ୧୦/୫
ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ନୂତନ ସମ୍ମିଳନୀ କକ୍ଷରେ ଆଜି ଅପରାହ୍ନରେ ଅଧ୍ୟାପକ, ଅଧ୍ୟାପିକାଙ୍କ ଦ୍ୱାରା ପିଜି କାଉନସିଲ ଅଧକ୍ଷ ପ୍ରଫେସର ସୁଶାନ୍ତ କୁମାର ବରାଳଙ୍କ ଅଧକ୍ଷତାରେ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା l ଶିକ୍ଷକ ସଂଘର ଉପ ସଭାପତି ଡ଼. ଲକ୍ଷ୍ମୀଧର ରାଉତ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ l ଡ଼. ସାରଦା ପ୍ରସନ୍ନ ସାହୁ କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମକୁ ପ୍ରୋଜେକ୍ଟର ମାଧ୍ୟମରେ ଦର୍ଶାଇ ଥିଲେ l ଏଥିରେ କୁଳସଚିବ ସଚ୍ଚିତାନନ୍ଦ ନାୟକ, ବିତ୍ତ ନିୟନ୍ତ୍ରକ ଅଶୋକ କୁମାର ଧାନଙ୍ଗଡାମାଝୀ ଯୋଗ ଦେଇ କୁଳପତିଙ୍କ କାର୍ଯ୍ୟକଳାପକୁ ଉଚ୍ଚ ପ୍ରଶଂସା କରିବା ସହ ଆଗାମୀ ବର୍ଷ ଲକ୍ଷ୍ୟ ରଖିଥିବା ଯୋଜନାକୁ ସହଯୋଗ କରିବେ ବୋଲି କହିଥିଲେ l ଏହି ଅବସରରେ କୁଳପତି ମିଳିମିଶି କାମ କରି ବିଶ୍ଵବିଦ୍ୟାଳୟକୁ ଉନ୍ନତି ପଥରେ ନେବା ପାଇଁ ଆୱାନ କରିଥିଲେ l ଶେଷରେ କୁଳପତିଙ୍କ ଦ୍ୱାରା କେକ୍ କଟା ଯାଇଥିଲା l ଏଥିରେ ବିଶ୍ଵବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଯୋଗ ଦେଇଥିଲେ l

ଗଞ୍ଜେଇ ଚ଼ଢ଼ାଉ କରିବାକୁ ଯାଇ ମାଡ଼ ଖାଇଲେ ୨୬ ପୁଲିସ୍ ଘଟଣା ସ୍ଥଳରୁ କୋଟି କୋଟି ଟଙ୍କାର ଗଞ୍ଜେଇ ଜବତ ।ପାରଳାଖେମୁଣ୍ଡି:୨୩/୩(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ପୀଡ଼ିମାରୀ ଗ୍ରାମରେ ଶୁକ୍ରବାର ୨୦ କ୍ଵିଣ୍ଟାଲ ଗଞ୍ଜେଇ ଜବତ ଓ ୮ଜଣ ବ୍ୟବସାୟୀଙ୍କୁ ଗିରଫ କରି ପୁଲିସ ମୋହନା ଫେରୁଥିବା ବେଳେ ଗ୍ରାମଠାରୁ କିଛି ଦୂରତାରେ ଗ୍ରାମବାସୀଙ୍କ ସଂଘବଦ୍ଧ ଆକ୍ରମଣରେ ଜଣେ ଡ଼ିଏସପି, ଜଣେ ଥାନା ଅଧିକାରୀ ଓ ପୁଲିସ୍ କର୍ମଚାରୀ ଆହତ ହୋଇଥିଲେ।ଆଜି ଗଜପତି ଏସପି ଯତୀନ୍ଦ୍ର ପଣ୍ଡାଙ୍କ ନେତୃତ୍ଵରେ ରା.ଉଦୟଗିରି ଏସଡ଼ିପିଓ ଅମିତାଭ ପଣ୍ଡାଙ୍କ ସମେତ ମୋହନା , ଅଡ଼ବାପାରଳାଖେମୁଣ୍ଡି,ରା.ଉଦୟଗିରି, ରାୟଗଡ଼,କାଶୀନଗର,ରାମଗିରି,ସେରଙ୍ଗ ଆଦି ଥାନା ଗୁଡ଼ିକର ଅଧିକାରୀ, କର୍ମଚାରୀ ଓ ୧୦ ପ୍ଲାଟୁନ  ପୁଲିସ ଫୋର୍ସ ସଦଳବଳେ ଆଜି ପୀଡ଼ିମାରୀ ଗ୍ରାମରେ ପହଞ୍ଚି ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛନ୍ତିି। ଏହା ସହ ପୁଲିସ ଗାଡ଼ି ଭଙ୍ଗାରୁଜା,ଆକ୍ରମଣରେ ସଂପୃକ୍ତ ୩ ଜଣ ଓ ଗଞ୍ଜେଇ ବ୍ୟବସାୟୀ ୨ ଜଣଙ୍କୁ ଗିରଫ କରିଛନ୍ତି। ବଡ଼ ବଡ଼ ଟିଣ ବାକ୍ସରେ ଲୁଚାଇ ରଖାଯାଇଥିବା ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ କୋଟି କୋଟି ଟଙ୍କା ହେବ ବୋଲି ପୁଲିସ ସୂଚନା ଦେଇଛି। ଆଉ ଯେଉଁମାନେ ଏଥିରେ ସଂଶ୍ଳିଷ୍ଟ ଅଛନ୍ତି ସମସ୍ତଙ୍କୁ ଖୁବ୍ ଶୀଘ୍ର ଧରାଯାଇ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସପି ଶ୍ରୀ ପଣ୍ଡା କହିଛନ୍ତି।