Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ମିଛ କହୁଛନ୍ତି ଓ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବିଜେପି ନେତା: ନବୀନ

କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ବଙ୍ଗୋମୁଣ୍ଡାରେ ଅନୁଷ୍ଠିତ ନିର୍ବାଚନୀ ସଭାରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବା ସହ ବିଜେପିକୁ ଟାର୍ଗେଟ କରିଛନ୍ତି । ବିରୋଧୀ ମିଛ କଥା କହି କୁମ୍ଭୀର କାନ୍ଦଣା କାନ୍ଦୁଥିବା ନବୀନ କହିଛନ୍ତି ।
ଉଦବୋଧନ ଆରମ୍ଭ କରି ରାଜ୍ୟ ସକାରଙ୍କ ବିଭିନ୍ନ ଯୋଜନାର ନାଁ ନେଇ ଭଲ କି ନାହିଁ ପଚାରିଥିଲେ । ଏହାପରେ ନବୀନ ପଟ୍ଟନାୟକ ଭଲ କି ଓ ବିଜେଡି ଭଲ କି ବୋଲି ନବୀନ ପଚାରିଥିଲେ ।
ଏହି ସମୟରେ କଡା ସମାଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ବିଜେପି ଓ ଏହି ଦଳର ନେତାଙ୍କୁ ଟାର୍ଗେଟ କରିଥିଲେ ନବୀନ । ବିଜେପି ନେତା ମଛ କହୁଥିବା କହିଛନ୍ତି ନବୀନ । ସେମାନେ ଜନତାଙ୍କ ଆଗରେ କୁମ୍ଭୀର କାନ୍ଦଣା କାନ୍ଦୁ ଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଏହି ଅବସରରେ ବିଜେଡିର ମାଗଣା ବିଜୁଳି ପ୍ରତିଶ୍ରୁତି କଥା ମନେ ପକାଇ ଦେଇଥିଲେ ନବୀନ । ଲୋକଙ୍କୁ ମାଗଣାରେ ବିଜୁଳି ମିଳିବା ନେଇ ଖୁସି ତ ବୋଲି ଜନତାଙ୍କୁ ପ୍ରଶ୍ନ କରିଥିଲେ ମୁଖ୍ୟମନ୍ତ୍ରୀ । ଏହାପରେ ଜୁଲାଇ ମାସରୁ ବିଜୁଳି ମାଫ୍ ବୋଲି କହିଥିଲେ ।