Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ ଗିରଫ, ଭୋଟ୍ ପରେ ପ୍ରଦୀପଙ୍କୁ କରିଥିଲେ ଆକ୍ରମଣ

ବ୍ରହ୍ମପୁର: ସ୍ୱାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ ଗିରଫ । ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ବିଜେପି ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ମାମଲାରେ ମାମଲାରେ ତାଙ୍କୁ ପୋଲିସ ଗିରଫ କରିଛି । ଶିବଶଙ୍କରଙ୍କ ନାଁରେ ହତ୍ୟା ଉଦ୍ୟମ ମାମଲା ରୁଜୁ କରାଯାଇଛି । କୋର୍ଟରେ ଜାମିନ ନାମଞ୍ଜୁର ପରେ ଶିବଶଙ୍କରଙ୍କୁ ଜେଲ୍ ପଠାଇ ଦିଆଯାଇଛି । ପ୍ରଦୀପ ବର୍ତ୍ତମାନ ଏମ୍ସରେ ଚିକିତ୍ସାଧୀନ ଅଛନ୍ତି ।

ଗତକାଲି ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରେ ଭୋଟ ସରିବା ପରେ ଗୋଷାଣୀ ଉତ୍କଳମଣି ୟୁପି ସ୍କୁଲ ବୁଥ ଆଗରେ ପ୍ରଦୀପ ପାଣିଗ୍ରାହୀ ସମର୍ଥକ ଓ ସ୍ୱାଧୀନ ବିଧାନସଭା ପ୍ରାର୍ଥୀ ଶିବଶଙ୍କର ଦାସ ସମର୍ଥକଙ୍କ ମଧ୍ୟରେ କୌଣସି କାରଣ ପାଇଁ ହାତାହାତି ହୋଇଥିଲା। ଗଣ୍ଡଗୋଳ ସମୟରେ ଶିବଶଙ୍କର ପ୍ରଦୀପଙ୍କୁ ଆକ୍ରମଣ କରିଥିଲେ। ତାଙ୍କୁ ଗତକାଲି ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି କରାଯାଇଥିଲା। ତେବେ ଆଜି ସକାଳେ ପ୍ରଦୀପଙ୍କୁ ଭୁବନେଶ୍ୱର ଏମ୍ସ ସ୍ଥାନାନ୍ତର କରାଯାଇଛି। ପ୍ରଦୀପଙ୍କ ପଞ୍ଜରା ହାଡ଼ରେ ଆଘାତ ଲାଗିଥିବା ସୂଚନା ମିଳିଛି। 

ପୋଲିସ ଏହି ଘଟଣାରେ ଶିବଶଙ୍କର ଦାସଙ୍କୁ ଥାନାରେ ଅଟକ ରଖି ପଚରାଉଚୁରା କରିଥିଲା । ଆଉ ଆଜି ତାଙ୍କୁ ଗିରଫ କରାଯାଇ କୋର୍ଟରେ ହାଜର କରାଇଥିଲା ପୋଲିସ । ଜାମିନ ନ ମିଳିବାରୁ ଶିବଶଙ୍କରଙ୍କୁ ଜେଲ୍ ପଠାଇ ଦିଆଯାଇଛି ।