Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା, ୧୪ ଆହତ

ଯାଜପୁର: ଯାଜପୁର ଜିଲ୍ଲା ସଦର ଥାନା ବରୁହାଁ କବୀରପୁର ନିକଟରେ ଭୟାବହ ଦୁର୍ଘଟଣା । ଏକ ବସ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୧୪ ଜଣ ଆହତ ହୋଇଛନ୍ତି । ୪ ଜଣ ଗୁରୁତର ଅଛନ୍ତି । ସମସ୍ତ ଆହତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।
ସକାଳୁ ସକାଳୁ ଏକ ବସ୍ ୩୫ ଜଣ ଯାତ୍ରୀଙ୍କୁ ନେଇ ବରୀ କାଇପଡ଼ାରୁ କଟକ ଆସୁଥିଲା । କବୀରପୁର ନିକଟରେ ବିପରୀତ ଦିଗରୁ ଆସୁଥିବା ଟ୍ରକ୍ ସହ ବସଟିର ଧକ୍କା ହୋଇଥିଲା । ଦୁର୍ଘଟଣା ପରେ ବସ୍‌ ଓ ଟ୍ରକ୍ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି । ପୋଲିସ ଗାଡ଼ି ଦୁଇଟିକୁ ଜବତ କରି ଘଟଣାର ତଦନ୍ତ କରୁଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ