Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ତୀବ୍ର ରୂପ ନେଲା ଖଲ୍ଲିକୋଟ ରାଜନୈତିକ ହିଂସା, ପୋଲିସ ଗାଡିକୁ ବୋତଲ ଓ ପଥର ମାଡ

ଖଲ୍ଲିକୋଟ: ଖଲ୍ଲିକୋଟରେ ତୀବ୍ର ରୂପ ନେଲା ରାଜନୈତିକ ହିଂସାକାଣ୍ଡ । ଆଜି ପୋଲିସ ଗାଡିକୁ ବୋତଲ ଓ ପଥରମାଡ କରିଛନ୍ତି ଲୋକେ । ଅଭିଯୁକ୍ତକୁ ଥାନାକୁ ନେବା ବେଳେ ପୋଲିସ ଗାଡିକୁ ଘେରିବା ନେଇ ପୋଲିସ ଓ ଜନତା ମୁହାଁମୁହିଁ ହୋଇଛନ୍ତି । ଲୋକଙ୍କ ପଥର ମାଡରେ ପୋଲିସ ଭ୍ୟାନର କାଚ ଭାଙ୍ଗିଛି । ସ୍ଥିତି ଉତ୍ତେଜନାମୂଳକ ହେବାରୁ ପୋଲିସ ଅଭିଯୁକ୍ତକୁ କୋର୍ଟ ଚାଲାଣ କରି ପାରିନି । ସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ ଲାଠି ଚାର୍ଜ କରିଛି ।

ସୂଚନା ଅନୁଯାୟୀ, ଖଲ୍ଲିକୋଟ ଶ୍ରୀକୃଷ୍ଣଶରଣପୁର ହିଂସାକାଣ୍ଡ ଘଟଣାରେ ପୋଲିସ ୮ ଜଣଙ୍କୁ ଗିରଫ କରିଛି । ବୁଧବାର ବିଜେପି କର୍ମୀଙ୍କ ଉପରେ ସଂଘବଦ୍ଧ ଆକ୍ରମଣ ହୋଇଥିଲା । ଏଥିରେ ଜଣେ ବିଜେପି କର୍ମୀଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଥିଲେ । ମୃତକ ହେଲେ ଶ୍ରୀକୃଷ୍ଣଶରଣପୁର ଗାଁର ଦିଲୀପ ପାହାନ । ଦିଲୀପଙ୍କ ବାପାଙ୍କ ଅଭିଯୋଗକୁ ଭିତ୍ତି କରି ଖଲ୍ଲିକୋଟ ପୋଲିସ ୮ ଜଣଙ୍କୁ ଗିରଫ କରି ସାରିଛି ।

ଖଲ୍ଲିକୋଟ ନିର୍ବାଚନୀ ହିଂସା ଘଟଣାକୁ ନେଇ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇ ଘଟଣାକୁ ନିନ୍ଦା କରିଛନ୍ତି । ଗଣତନ୍ତ୍ରରେ ହିଂସାର ସ୍ଥାନ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହା ସହିତ ଆଶୁ ଆରୋଗ୍ୟ କାମନା କରିଛନ୍ତି ।