Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜିଠୁ ସମ୍ବଲପୁରରେ କର୍ଫ୍ୟୁ କୋହଳ

ସମ୍ବଲପୁର: ଆଜିଠୁ ସମ୍ବଲପୁରରେ କର୍ଫ୍ୟୁ କୋହଳ କରାଯାଇଛି। ସକାଳ ୭ଟା ୩୦ରୁ ପୂର୍ବାହ୍ନ ୧୧ଟା ୩୦ ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ କରାଯାଇଛି । ସେହିଭଳି ଅପରାହ୍ଣ ୩ଟା ୩୦ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସହରରେ କର୍ଫ୍ୟୁ କୋହଳ ହେବ ।

ନିକଟରେ ପଣା ସଂକ୍ରାନ୍ତି ରାଲି ବେଳେ ଦୁଇ ଗୋଷ୍ଠୀ ମଧ୍ୟ ସୃଷ୍ଟି ହୋଇଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ କର୍ଫ୍ୟୁ ଲାଗୁ କରିଥିଲେ। କେବଳ ସେତିକି ନୁହେଁ ଇଣ୍ଟରନେଟ୍ ସେବା ମଧ୍ୟ ବନ୍ଦ କରାଯାଇଥିଲା। ସ୍ଥିତିରେ ସାମାନ୍ୟ ସୁଧାର ଆସିବା ପରେ କଟକଣାକୁ କୋହଳ କରାଯାଇଛି। କିନ୍ତୁ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ ରହିବ ବୋଲି ସୂଚନା ମିଳିଛି। ଆସନ୍ତାକାଲି ସକାଳ ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ଇଣ୍ଟରନେଟ୍‌ ସେବା । ସୋସିଆଲ ମିଡିଆ ଅପବ୍ୟବହାର ଆଶଙ୍କାରେ ପ୍ରଶାସନ ପକ୍ଷରୁ ଇଣ୍ଟରନେଟ କଟକଣା ବୃଦ୍ଧି କରାଯାଇଛି।

କର୍ଫ୍ୟୁ ବେଳେ ଲାଗୁଥିବା ହୋଇଥିବା ଅନ୍ୟ ସମସ୍ତ କଟକଣା ପୂର୍ବପରି ବଳବତ୍ତର ରହିବ । ଏନେଇ ସମ୍ବଲପୁର ଉପଜିଲ୍ଲାପାଳଙ୍କ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି କରାଯାଇଛି ।ତେବେ ସମ୍ପୃକ୍ତ ହିଂସା ଘଟଣାରେ ଆଉ ୬ ଜଣଙ୍କୁ ଗିରଫ କରିଛି ପୋଲିସ । ଏଥିସହ ମୋଟ୍ ଗିରଫଦାରୀ ସଂଖ୍ୟା ୮୫ରେ ପହଞ୍ଚିଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ