Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ତାତିରୁ ମିଳିବ ତ୍ରାହି; ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ଏଣିକି ତାତିରୁ ମିଳିବ ତ୍ରାହି। ଆଗାମୀ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ରାଜ୍ୟର ଅନେକ ସ୍ଥାନରେ ଆଜି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସେହି ଜିଲ୍ଲାଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି।

୧୮ ତାରିଖରେ ୧୧ ଜିଲ୍ଲା, ୧୯ ତାରିଖରେ ୧୫ ଜିଲ୍ଲା, ୨୦ ତାରିଖରେ ୨୩ ଜିଲ୍ଲାକୁ ଘଡ଼ଘଡ଼ି ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା ୩ ଦିନ ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବ । ତଥାପି ଦିନ ତାପମାତ୍ରା ସ୍ୱାଭାବିକ ଠାରୁ ୨ରୁ ୩ ଡିଗ୍ରୀ ଅଧିକ ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।