Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୨୨ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ, ୨୪ରେ ଅବପାତ; ଦକ୍ଷିଣ ଓଡିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟବାସୀଙ୍କୁ ତାତିରୁ ମିଳିବ ଆଶ୍ୱସ୍ତି। ୨୨ ତାରିଖରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାକ୍ରମେ ଘନୀଭୂତ ହୋଇ ଉତ୍ତରପୂର୍ବ ଦିଗରେ ଗତି କରିବ। କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହୋଇ ୨୪ ତାରିଖରେ ଅବପାତ ରୂପ ନେବାର ସମ୍ଭାବନା ରହିଛି। ୨୪ ତାରିଖରୁ ଦକ୍ଷିଣ ଓଡ଼ିଶାରେ ଓ ୨୫ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ ହିଟ୍ ୱେଭ୍ ସ୍ଥିତି କମିବ।

ଅନ୍ୟପଟେ କିଛି ଦିନର ଆଶ୍ୱସ୍ତି ପରେ ରାଜ୍ୟକୁ ଆସନ୍ତା ୧୯ ତାରିଖରୁ ଫେରିବ ତାତି । ୨୧ରୁ ୨୩ ଯାଏ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବ। ଏହି ସମୟରେ ତାତି ଅସମ୍ଭାଳ ହେବ। ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ଅଧିକ ଅନୁଭୂତ ହେବାକୁ ଥିବା ବେଳେ ଟିଟିଲାଗଡ଼ରେ ତାତି ୪୭ ଡିଗ୍ରୀ ଛୁଇଁପାରେ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି । ଏହାସହ ୨୦ ତାରିଖରେ ୬ ଜିଲ୍ଲା ୨୧ ତାରିଖରେ ୧୪ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ତେବେ ୨୩ ତାରିଖ ପରେ ଲଘୁଚାପ ପ୍ରଭାବରେ ଓଡିଶାରେ ତାତିରୁ ଆଶ୍ୱସ୍ତି ମିଳିବ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ