Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଦିନ ୧୧.୩୦ ସୁଦ୍ଧା ଝାରସୁଗୁଡା ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ବର: ସାରା ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ହେଲେ ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଆଜିଠୁ ଆସନ୍ତା ୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଏହାକୁ ନେଇ ଲୋକେ ସାମାନ୍ୟ ଆଶ୍ବସ୍ତି ଅନୁଭବ କରିଛନ୍ତି। ତେବେ ଗତକାଲି ଝାରସୁଗୁଡ଼ା ରାଜ୍ୟର ଉତ୍ତପ୍ତ ସହର ‌ଭାବେ ରେକର୍ଡ ହୋଇଥିଲା। କାଲି ଝାରସୁଗୁଡାର ତାପମାତ୍ରା ୪୩ ଡିଗ୍ରୀ ରହିଥିଲା।ଆଜି ଦିନ ୧୧.୩୦ ସୁଦ୍ଧା ଝାରସୁଗୁଡାରେ ତାପମାତ୍ରା ୪୦.୪ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଛି ।

ସେହିପରି ସମ୍ବଲପୁରରେ ତାପମାତ୍ରା ୩୯.୮ ଡିଗ୍ରୀ, କେନ୍ଦୁଝରରେ ୩୯.୪ ଡିଗ୍ରୀ, ଭୁବନେଶ୍ୱରରେ ୩୮.୬ ଡିଗ୍ରୀ, ବାଲେଶ୍ୱର ଓ ହୀରାକୁଦରେ ୩୮.୪ ଡିଗ୍ରୀ, ଚାନ୍ଦବାଲିରେ ୩୭.୬ ଡିଗ୍ରୀ, ଗୋପାଳପୁରରେ ୩୬ ଡିଗ୍ରୀ, ପୁରୀରେ ୩୪ ଡିଗ୍ରୀ ଓ ପାରାଦୀପରେ ୩୨.୨ ଡିଗ୍ରୀ ରେକର୍ଡ ହୋଇଛି । ସେହିପରି ରାଜଧାନୀ ଭୁବନେଶ୍ବରର ଦିନ ତାପମାତ୍ରା ୩୮.୬ ଡିଗ୍ରୀ ରେକର୍ଡ କରାଯାଇଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ