Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସହର ର କୁମ୍ଭାରପଡା ଟ୍ରାନ୍ସଫର୍ମରରେ ଲାଗି ଗାଇ ମୃତ

ସୁବର୍ଣ୍ଣପୁର ( ରାଜ କିଶୋର ତ୍ରିପାଠୀ ) ସୋନପୁର ସହର ୱାର୍ଡ ନଂ ୧୩ କୁମ୍ଭାର ପଡା ଠାରେ ମୁକୁଳା ପଡିଥିବା ଟ୍ରାନ୍ସଫର୍ମର ରେ ଲାଗି ଆଜି ସକାଳୁ ସକାଳୁ ଏକ ଗାଇର ମୃତ୍ୟ ହୋଇଥିବା ଦେଖାଯାଇଛି। ଏ ନେଇ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଜନ ଅସନ୍ତୋଷ ଦେଖାଦେଇଛି। ଏ ନେଇ ବିଦ୍ୟୁତ ବିଭାଗର ଅବହେଳା କୁ ଦାୟୀ କରିଛନ୍ତି ସ୍ଥାନୀୟ ବାସିନ୍ଦା। ଆଗରୁ ଅଫିସ ରେ ଅଭିଯୋଗ କରିଥିଲେ ମଧ୍ୟ ବିଭାଗୀୟ ଅଧିକାରୀ କର୍ଣ୍ଣପାତ କରୁ ନ ଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ସେହି ଅଞ୍ଚଳରେ ସବୁବେଳେ ଛୋଟ ଛୁଆ ଖେଳକୁଦ ତଥା ଚଳପ୍ରଚଳ କରୁଥିବା ବେଳେ ଅତି ଶିଘ୍ର ସୁରକ୍ଷିତ ପାଚେରୀ ନିର୍ମାଣ ପାଇଁ ଲୋକେ ଦାବୀ କରିଛନ୍ତି। ସହରରେ ଅନେକ ସ୍ଥାନରେ ଏଭଳି ଅସୁରକ୍ଷିତ ଅବସ୍ଥାରେ ଅନେକ ଟ୍ରାନ୍ସଫର୍ମର ରହିଥିବା ବେଳେ ବିଦ୍ୟୁତ୍ ବିଭାଗ ର ଅବହେଳା ଯୋଗୁଁ ଧନ ଜୀବନ କୁ ଅସୁରକ୍ଷିତ ମଣୁଛନ୍ତି ସ୍ଥାନୀୟ ଜନସାଧାରଣ। ସେହିପରି ସହର ମଧ୍ୟରେ ଉଚ୍ଚ କ୍ଷମତା ସମ୍ପନ୍ନ ତାର ମଧ୍ୟ ବିପଦ ସଙ୍କୁଳ ଅବସ୍ଥା ରେ ଥିବା ଜଣାପଡିଛି। ଏ ନେଇ ବିଭାଗୀୟ ମୁଖ୍ୟ ଯନ୍ତ୍ରୀଙ୍କୁ ଯୋଗାଯୋଗ କରିବାରୁ ତାଙ୍କ ବିଏସଏନଏଲ୍ ନଂ ଟିଁ ଟିଁ ଟିଁ କରି କଟିଯାଉ ଥିବାରୁ ଯୋଗାଯୋଗ ସମ୍ଭବ ହୋଇ ପାରିନାହିଁ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ