Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ମାଟ୍ରିକ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ବର: ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ । କୃତୀ ଛାତ୍ରଛାତ୍ରୀଙ୍କ ମଙ୍ଗଳକାମନା କରିବା ସହ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ପରୀକ୍ଷା ଦେଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କ ପ୍ରଶଂସା କରିଛନ୍ତି । ଦୃଢ଼ ଇଚ୍ଛା ଶକ୍ତି ଓ କଠିନ ପରିଶ୍ରମ ବଳରେ ସମସ୍ତେ ଜୀବନରେ ସଫଳ ହୁଅନ୍ତୁ ଓ ସଫଳତାର ଶୀର୍ଷରେ ପହଞ୍ଚନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହାସହ ସମସ୍ତଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରିଛନ୍ତି ।
ସୂଚନାଯୋଗ୍ୟ, ଆଜି ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇଛି । ଚଳିତବର୍ଷ ପାସ୍‌ ହାର ୯୬.୦୭ ପ୍ରତିଶତ ରହିଛି । ଗତଥର ପରି ଚଳିତ ବର୍ଷ ମଧ୍ୟ ପୁଅଙ୍କ ତୁଳନାରେ ଝିଅ ଆଗରେ ରହିଛନ୍ତି । ଛାତ୍ରୀଙ୍କ ପାସ୍ ହାର ୯୬.୭୩ ପ୍ରତିଶତ ଥିବା ବେଳେ ଛାତ୍ରଙ୍କ ପାସ୍‌ ହାର ୯୫.୩୯ ପ୍ରତିଶତ ରହିଛି । ଚଳିତବର୍ଷ ୫ ଲକ୍ଷ ୪୧ ହଜାର ୬୧ ଜଣ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ପାସ୍‌ କରିଛନ୍ତି ୫ ଲକ୍ଷ ୩୦ ହଜାର ୧୫୩ ଜଣ । ଖୋର୍ଦ୍ଧା ଜିଲ୍ଲାରେ ପାସ୍ ହାର ସର୍ବାଧିକ ୯୭.୯୮ ପ୍ରତିଶତ ରହିଛି ।