କଟକ: କଟକ ଜିଲ୍ଲା ବାଙ୍କୀ ଅଞ୍ଚଳରେ ଦେଖିବାକୁ ମିଳିଛି ନିର୍ବାଚନୀ ହିଂସା । ବିଜେଡି ଓ କଂଗ୍ରେସ କର୍ମୀଙ୍କ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଘଟି ୬ରୁ ଅଧିକ ଆହତ ହୋଇଛନ୍ତି । ଆହତମାନଙ୍କୁ ବାଙ୍କୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଗୋଷ୍ଠୀ ସଂଘର୍ଷ ପରେ ବିଜେଡି ଓ କଂଗ୍ରେସ କର୍ମୀମାନେ ବିଳମ୍ବିତ ରାତି ପର୍ଯ୍ୟନ୍ତ କଟକ-ବାଙ୍କୀ ମୁଖ୍ୟ ରାସ୍ତାକୁ ଅବରୋଧ କରିଥିଲେ । ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା । ପୋଲିସ ପହଞ୍ଚି ବୁଝାସୁଝା କରିବା ପରେ ରାସ୍ତରୋକ ହଟିଥିଲା ।
ସୂଚନାଯୋଗ୍ୟ, ନିର୍ବାଚନ ପୂର୍ବରୁ ଏହି ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା । ଗତକାଲି ପୁଣି କୌଣସି କଥାକୁ ଏହି ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ । ତେବେ ଏନେଇ ବିଜେଡି କିମ୍ବା କଂଗ୍ରେସ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।
ବିଜେଡି ଓ କଂଗ୍ରେସ କର୍ମୀଙ୍କ ମଧ୍ୟରେ ଗୋଷ୍ଠୀ ସଂଘର୍ଷ, ୬ ଆହତ
