Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜଗନ୍ନାଥଙ୍କୁ ନେଇ ରାଜନୀତି କରୁଛି ବିଜେପି, ସେମାନଙ୍କ ପ୍ରତିଶ୍ରୁତି ଜୁମଲା, ୯ଟି ପ୍ରସଙ୍ଗରେ ପାଣ୍ଡିଆନଙ୍କ ଟାର୍ଗେଟ୍

ଭୁବନେଶ୍ୱର: ୯ଟି ପ୍ରସଙ୍ଗରେ ବିଜେପିକୁ ଟାର୍ଗେଟ କରିଛନ୍ତି ବିଜେଡି ନେତା ଭିକେ ପାଣ୍ଡିଆନ୍ । ବିଜେପିର ୯ ସେଲ୍ଫ ଗୋଲ କଥା କହି ସମାଲୋଚନା କରିଛନ୍ତି ଭିକେ ପାଣ୍ଡିଆନ୍ । ସାମ୍ବାଦିକ ସମ୍ମିଳନୀ କରି ମହାପ୍ରଭୁ ଜଗନ୍ନାଥ ଓ ଶ୍ରୀମନ୍ଦିରକୁ ନେଇ ବିଜେପି ରାଜନୀତି ବନ୍ଦ କରୁ ବୋଲି ସେ କହିଛନ୍ତି ।
ପାଣ୍ଡିଆନ କହିଛନ୍ତି, ବାହାରୁ ନେତା, କେନ୍ଦ୍ରମନ୍ତ୍ରୀ ଆସି ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ଭାଷାରେ ଅସମ୍ମାନ ଗାଳି ଗୁଲଜ କରୁଛନ୍ତି। ଯାହାକୁ ଓଡ଼ିଶା ବାସୀ ପସନ୍ଦ କରୁନାହାନ୍ତି। ମିଶନ ଶକ୍ତିକୁ ବନ୍ଦ କରିବାକୁ ବିଜେପି ଇସ୍ତାହାର ଘୋଷଣା କରିଛି। ବିଜେପି ସରକାରକୁ ଆସିଲେ ମିଶନ ଶକ୍ତି ବନ୍ଦ ବନ୍ଦ କରିବାକୁ ଷଡଯନ୍ତ୍ର କରୁଛି।

ବିଏସକେୱାଇ ବନ୍ଦ କରି ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବାକୁ ବିଜେପି ଇସ୍ତାହାର ଘୋଷଣା କରିଛି। ଆୟୁଷ୍ମାନ ଭାରତ କେବଳ ବିପିଏଲ ପରିବାର ପାଇଁ । କିନ୍ତୁ ବିଏସକେୱାଇ ଯୋଜନା ସମସ୍ତଙ୍କ ପାଇଁ। ରାଜ୍ୟର ୯୦ ପ୍ରତିଶତ ଲୋକ ସୁବିଧା ପାଉଛନ୍ତି। ଆଗକୁ ବିଏସକେୱାଇ ନବୀନ କାର୍ଡରେ ସମସ୍ତଙ୍କୁ ସାମିଲ କରାଯିବ।

ଯୁବ କ୍ଷେତ୍ରକୁ ଗୁରୁତ୍ଵ ଦେଇ ନବୀନ ସରକାର ଫାଇଭ ଟି ସ୍କୁଲ ,ଫାଇଭ ଟି କଲେଜ,ଯୁବ ବଜେଟ ବ୍ୟବସ୍ଥା କରିଛନ୍ତି। ୯୮ ପ୍ରତିଶତ ପିଲାଙ୍କ ପାଇଁ ନୂଆ ଓ ଛାତ୍ର ବୃତ୍ତି ଯୋଜନା ଆରମ୍ଭ ହୋଇଛି। ଯୁବକଙ୍କ ପାଇଁ ବିଜେପି ଇସ୍ତାହାର ରେ କିଛି ନଥିବା ବେଳେ ଏହାକୁ ବନ୍ଦ କରିବାକୁ ଯୋଜନା କରୁଛି ବିଜେପି।

ଡବଲ ଇଞ୍ଜିନ ସରକାର ଥିବା ରାଜ୍ୟରେ ଶାନ୍ତି ନାହିଁ। ଓଡ଼ିଶାରେ ଶାନ୍ତି ଅଛି। ଓଡ଼ିଶାରେ ଦାଦା ବଟି ନାହିଁ। କିନ୍ତୁ ବିଜେଡି ରୁ ବିଦା ହୋଇଥିବା ଅନେକ ଅପରାଧିକ କାର୍ଯ୍ୟକଳାପରେ ଲିପ୍ତ ଥିବା ବ୍ୟକ୍ତିଙ୍କୁ ବିଜେପି ନିଜ ଦଳରେ ସାମିଲ କରିଛି। ବିଜେଡ଼ିର ମାଗଣା ବିଦ୍ୟୁତ୍ ଘୋଷଣା ପରେ ବିଜେପିକୁ କରେଣ୍ଟ ଲାଗିଛି । ବିଜେପି ସୋଲାର ବ୍ୟବସ୍ଥାରେ ବିଦ୍ୟୁତ୍ ଯୋଗାଇବା କଥା କହୁଛି। ରନ୍ଧନ ଗ୍ୟାସ ମାଗଣାରେ ଯୋଗାଇବା କଥା କହି ବାରମ୍ବାର ଦର ବଢାଇ ଚାଲିଛି। ଏଲପିଜି ଗ୍ୟାସ ପରି ବିଜେପିର ସୋଲାର ବିଦ୍ୟୁତ୍ ଘୋଷଣା ଏକ ବଡ ଜୁମଲା।

ଚାଷୀଙ୍କ ପାଇଁ ୩୧୦୦ ଟଙ୍କା ଏମଏସପି ବଡ ଜୁମଲା। ଏମଏସପି ବୃଦ୍ଧି କେନ୍ଦ୍ର ବିଚାରାଧୀନ ହୋଇଥିଲେବି ୧୦ ବର୍ଷ ଧରି ଚାଷୀଙ୍କ କଥା ଚିନ୍ତା କରିନଥିଲା ବିଜେପି। ଏବେ ନିର୍ବାଚନ ପାଇଁ ଚାଷୀଙ୍କ କଥା ମନେ ପଡୁଛି। ସୁଭଦ୍ରା ଯୋଜନାରେ ୫୦ ହଜାର ଟଙ୍କା ଭାଉଚର ଦେବାକୁ ବିଜେପିର ଘୋଷଣା ମଧ୍ୟ ଏକ ଜୁମଲା ବୋଲି ପାଣ୍ଡିଆନ କହିଛନ୍ତି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ