Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଜଟେସିଂହା ହାଇସ୍କୁଲ ଶିକ୍ଷକ ଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବରେ ସମସ୍ତେ ଭାବବିହ୍ବଳ

ବୀରମହାରାଜପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ର ଜଟେସିଂହା ଉଚ୍ଚ ବିଦ୍ୟାଳୟ ଠାରେ ଶୁକ୍ରବାର ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସହକାରୀ ଶିକ୍ଷକ ଲାଳେନ୍ଦ୍ର ତ୍ରିପାଠୀ ଚାକିରିରୁ ଅବସର ଗ୍ରହଣ କରିଥିବାରୁ ତାଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତ୍ରିପୁରାରୀ ରଥ ଙ୍କ ସଭାପତିତ୍ୱ ରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବ୍ଲକ ଶିକ୍ଷା ଗୋଷ୍ଠୀ ଶିକ୍ଷା ଅଧିକାରୀ ଶାନ୍ତାନୁ କୁମ୍ଭକାର ଯୋଗଦେଇ ଥିଲେ। ବିଦ୍ୟାଳୟର ପରିଚାଳନା କମିଟିର ସଭାପତି , ସଭ୍ୟ ବୃନ୍ଦ ଏବଂ ବ୍ଲକ ଅନ୍ତର୍ଗତ ଉଚ୍ଚ ବିଦ୍ୟାଳୟ ମାନଙ୍କ ର ପ୍ରଧାନ ଶିକ୍ଷକ , ସହକାରୀ ଶିକ୍ଷକଙ୍କ ସହ ପୁରାତନ ଓ ସମସ୍ତ ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ। ବିଦ୍ୟାଳୟ ର ସହକାରୀ ଶିକ୍ଷକ ଗୁରୁଦତ୍ତ ମିଶ୍ର ଅତିଥି ପରିଚୟ ପ୍ରଦାନ କରିଥିଲେ । ମଞ୍ଚlସିନ ଅତିଥି ବୃନ୍ଦ ନିଜ ନିଜର ବକ୍ତବ୍ୟ ପ୍ରଦlନ କରିଥିଲେ I ଶେଷରେ ସଂସ୍କୃତ ଶିକ୍ଷକ ପ୍ରଦୀପ କୁମାର ପଧାନ ଧନ୍ୟବାଦ ଅର୍ପଣ କରିଥିବା ବେଳେ ବିଦ୍ୟାଳୟର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ। ଉପସ୍ଥିତ ଥିବା ସମସ୍ତ ବ୍ୟକ୍ତି ବିଶେଷ ଙ୍କୁ ନେଇ ବିଦ୍ୟାଳୟରୁ ଏକ ବିରାଟ ଶୋଭାଯାତ୍ରା ବିହାରି ଗ୍ରାମ ପରୀକ୍ରମା କରାଯାଇଥିଲା । ଏଥିରେ ପ୍ରତେକ ଛାତ୍ରଛାତ୍ରୀ ନିଜ ଘରେ ସମ୍ମୁଖରେ ଶ୍ରୀ ତ୍ରିପାଠୀ ଙ୍କୁ ଫୁଲତୋଳା ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ। ଶେଷରେ ଏକ ଶୋଭାଯାତ୍ରାରେ ବାହାରି ବୀରମହାରାଜପୁର ସ୍ଥିତ ବାଘମାରୀ ନିଜ ବାସଭବନ ଠାରେ ପହଞ୍ଚିଥିଲେ।