Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବିଦ୍ୟାଳୟର ଉନ୍ନତିକରଣ ପାଇଁ ୧୦ କୋଟି ୭୫ ଲକ୍ଷ ଟଙ୍କା ଦେଲେ ମୁଖ୍ୟମନ୍ତ୍ରୀ

ମାଲକାନଗିରି: ସବୁ କ୍ଷେତ୍ରରେ ଓଡ଼ିଶା ଅଗ୍ରଗତି କରୁଥିବା ବେଳେ ଶିକ୍ଷା କ୍ଷେତ୍ରରେ ବିକାଶ ଲାଗି ରାଜ୍ୟ ସରକାର ସ୍ବତନ୍ତ୍ର ପ୍ରୟାସ ଜାରି ରଖିଛନ୍ତି। ମାଲକାନଗିରିର ବିଭିନ୍ନ ବିଦ୍ୟାଳୟର ଉନ୍ନତିକରଣ ପାଇଁ ୧୦ କୋଟି ୭୫ ଲକ୍ଷ ଟଙ୍କାର ସ୍ଵତନ୍ତ୍ର ଅନୁମୋଦନ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଯେଉଁଥିରେ ଖୁସି ହୋଇ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି ଛାତ୍ରଛାତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଏଭଳି ପଦକ୍ଷେପ ଜିଲ୍ଲାରେ ଶିକ୍ଷା କ୍ଷେତ୍ରରେ ଅଧିକ ବିକାଶ ଆଣିବା ସହ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ପ୍ରତି ଆକୃଷ୍ଟ କରିବାରେ ସହାୟକ ହେବ ।

ଏନେଇ ଜିଲ୍ଲାର ସମସ୍ତ ବ୍ଲକ କାର୍ଯାଳୟରେ ସ୍ବତନ୍ତ୍ର ଭିଡିଓ କନଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ । ଏହି ଅବସରରେ 5T ସଚିବ ଭିକେ ପାଣ୍ଡିଆନଙ୍କ ସହ ପିଲାମାନେ କଥା ହୋଇ ଖୁସି ବ୍ୟକ୍ତ କରିଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ