Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବବିଙ୍କ ଖେଳ ଖତମ ! ସମ୍ବଲପୁରରୁ ହାରିଲେ..କୋରେଇରୁ ହାରିଲେ ମାଆ

ବିଜେଡିକୁ ଗୋଟିଏ ପରେ ଗୋଟିଏ ଶକ୍ତ ଧକ୍କା ଲାଗିଛି। ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ସମ୍ବଲପୁର ଲୋକସଭା ଆସନରୁ ପରାଜିତ ହୋଇଥିବାବେଳେ ତାଙ୍କ ମା’ ସନ୍ଧ୍ୟାରାଣୀ ଦାସ କୋରେଇ ବିଧାନସଭା ଆସନରୁ ହାରିଯାଇଛନ୍ତି। ତେବେ ନୟାଗଡ଼ ବିଜେଡି ପ୍ରାର୍ଥୀ ଅରୁଣ ସାହୁ ଓ କଟକ-ବାରବାଟୀ କଂଗ୍ରେସ ପ୍ରାର୍ଥୀ ସୋଫିଆ ଫିରଦୋଶ ବିଜୟୀ ହୋଇଛନ୍ତି।

ସମ୍ବଲପୁର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିପୁଳ ଭୋଟ୍ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ସେ ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କୁ ଲକ୍ଷାଧିକ ଭୋଟ୍ ବ୍ୟବଧାନରେ ପରାସ୍ତ କରିଛନ୍ତି। ସେହିପରି ବବିଙ୍କ ମା’ କୋରେଇ ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ସନ୍ଧ୍ୟାରାଣୀ ଦାସ ପରାଜିତ ହୋଇଛନ୍ତି। ସେଠାରେ ତାଙ୍କୁ ବିଜେପି ପ୍ରାର୍ଥୀ ଆକାଶ ଦାସ ନାୟକ ପରାସ୍ତ କରିଛନ୍ତି।