Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ରାଜଧାନୀରେ ହେବ ଆଉ ୩ଟି ଅଗ୍ନିଶମ ସେବା କେନ୍ଦ୍ର

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରରେ ହେବ ଆଉ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର। ଏହି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିନକୁ ଦିନ ଭୁବନେଶ୍ବରରେ ବଢିଚାଲିଛି ଲୋକସଂଖ୍ୟା। ଏହାକୁ ଦୃଷ୍ଟିରେ ରଖି ଅଗ୍ନିଶମ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ପାଇଁ ଏବଂ ଲୋକମାନଙ୍କ ସୁରକ୍ଷା ଲାଗି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି।

ଏହି ୩ଟି ଅଗ୍ନିଶମ ସେବା କେନ୍ଦ୍ର ତମାଣ୍ଡୋ, ମଞ୍ଚେଶ୍ବର ଓ ପାହାଳରେ ପ୍ରତିଷ୍ଠା କରାଯିବ। ଏଥିପାଇଁ ୪୫ଟି ପଦବୀ ମଧ୍ୟ ଅନୁମୋଦନ କରାଯାଇଛି । ପ୍ରତ୍ୟେକ କେନ୍ଦ୍ରରେ ୧୫ ଜଣ ଲେଖାଏଁ କର୍ମଚାରୀ ରହିବେ। ଏଥିରେ ଜଣେ ଷ୍ଟେସନ ଅଫିସର, ଦୁଇ ଜଣ ଲିଡିଂ ଫାୟାରମ୍ୟାନ, ଜଣେ ଡ୍ରାଇଭର-ହାବିଲଦାର, ଜଣେ ଫାୟାରମ୍ୟାନ ଡ୍ରାଇଭର ଓ ୧୦ ଜଣ ଫାୟାରମ୍ୟାନ ଅଛନ୍ତି ।