Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ସମୟ ପୂର୍ବରୁ ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ବର: ନିର୍ଦ୍ଧାରିତ ସମୟ ପୂର୍ବରୁ ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମାଲକାନଗିରି ଜିଲ୍ଲାରେ ପ୍ରବେଶ କରିବା ସହ ଅଧିକାଂଶ ଅଞ୍ଚଳରେ ସକ୍ରିୟ ରହିଛି ।
ଚଳିତବର୍ଷ ସ୍ୱାଭାବିକ ସମୟର ୪ ଦିନ ପୂର୍ବରୁ ମୌସୁମୀ ବାୟୁ ଓଡ଼ିଶା ଛୁଇଁଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ସୂଚନା ମିଳିଛି । ଗତ ୩୦ ତାରିଖରେ କେରଳ ଉପକୂଳ ଛୁଇଁଥିଲା ମୌସୁମୀ ବାୟୁ । ଏହାର ୮ ଦିନ ପରେ ଆଜି ଓଡ଼ିଶାରେ ପ୍ରବେଶ କରିଛି । ଏହା ପର୍ଯ୍ୟାୟ କ୍ରମେ ରାଜ୍ୟର ଅନ୍ୟ ଅଞ୍ଚଳରେ ପ୍ରବେଶ କରିବ ।
ପ୍ରବଳ ଗରମ ହେତୁ ଗତ କିଛି ଦିନ ହେବ ରାଜ୍ୟବାସୀ କଲବଲ ହେଉଛନ୍ତି। ଏଥିରୁ ମୁକ୍ତି ପାଇବାକୁ ସେମାନେ ତ୍ରାହି ତ୍ରାହି ଡାକୁଥିବା ବେଳେ ଓଡ଼ିଶାରେ ମୌସୁମୀ ପ୍ରବେଶ ଖବର ସମସ୍ତଙ୍କୁ ଆଶ୍ୱସ୍ତି ଦେଇଛି ।