Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କନ୍ଧମାଳ ଆସନରୁ ହାରିଲା ପରେ ରାଜନୀତିରୁ ଅବସର ନେଲେ ଅଚ୍ୟୁତ ସାମନ୍ତ

ରାଜନୀତିରୁ ବିଜୁ ଜନତା ଦଳର ଅନ୍ୟତମ ନେତା ତଥା ପୂର୍ବତନ କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ ଓହରି ଯାଇଛନ୍ତି। ଆଜି ଏ ନେଇ ଶ୍ରୀ ସାମନ୍ତ ଘୋଷଣା କରିବା ସହ ଜୁନ୍‍ ୯ ତାରିଖଠାରୁ ସେ ରାଜନୀତିରୁ ଅବ୍ୟାହତି ନେଉଥିବା ପ୍ରକାଶ କରିଛନ୍ତି।

ଗତକାଲି ନବୀନ ନିବାସରେ ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଏ ସମ୍ପର୍କରେ ଶ୍ରୀ ସାମନ୍ତଙ୍କ ନିଜର ଇଚ୍ଛା ବ୍ୟକ୍ତ କରିଥିଲେ। ଏହା ସହ ଉଭୟ ରାଜ୍ୟସଭା ଓ ଲୋକସଭା ପାଇଁ ତାଙ୍କୁ ସୁଯୋଗ ଦେଇଥିବାରୁ ଶ୍ରୀ ସାମନ୍ତ, ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଥିଲେ।

ଦୀର୍ଘ ୩୨ବର୍ଷ ଧରି ସେ ଜାରି ରଖିଥିବା ସମାଜସେବା ପୂର୍ବବତ ଜାରି ରହିବ ଏବଂ ଏହି ସମାଜସେବାକୁ ଆହୁରି ବ୍ୟାପକ କରିବେ ବୋଲି ଶ୍ରୀ ସାମନ୍ତ ପ୍ରକାଶ କରିଛନ୍ତି।
ଚଳିତ ନିର୍ବାଚନରେ ସେ କନ୍ଧମାଳ ସଂସଦୀୟ କ୍ଷେତ୍ରରୁ ଲଢ଼ି ପରାଜିତ ହୋଇଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ