ଘୁଞ୍ଚିଲା ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ତାରିଖ । 10 ପରିବର୍ତ୍ତେ 12 ତାରିଖରେ ଓଡ଼ିଶାରେ ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହ । ଦଳୀୟ ସୂତ୍ରରୁ ସୂଚନା ଏପରି ସୂଚନା ମିଳିଛି ।
ପୂର୍ବରୁ ୧୦ ତାରିଖରେ ଓଡିଶା ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବକୁ ନେଇ ବିଜେପି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆୟଜନ କରାଯାଇଥିଲା । ଅନେକ ବରିଷ୍ଠ ବିଜେପି ନେତା ଭୁବନେଶ୍ବରରେ ପହଞ୍ଚିଥିଲେ । ତେବେ ମୁଖ୍ୟମନ୍ତ୍ରୀ କିଏ ହେବେ ସେ ନେଇ ସମସ୍ତଙ୍କ ମଧ୍ୟରେ ଉତ୍ସାହ ଦେଖଇବାକୁ ମିଳିଥିଲେ ମଧ୍ୟ ଏପର୍ଯ୍ୟନ୍ତ କିଏ ହେବେ ମୁଖ୍ୟମନ୍ତ୍ରୀ ସେ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ ।