Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ଓଡିଶାର ମୁଖ୍ୟମନ୍ତ୍ରୀ କିଏ ହେବ ? ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବ ପର୍ଯବେକ୍ଷକ ନିଯୁକ୍ତ

ଭୁବନେଶ୍ୱର: ରାଜ୍ୟର ନୂତନ ମୁଖ୍ୟମନ୍ତ୍ରୀ କିଏ ହେବ ତାକୁ ନେଇ ସସପେନ୍ସ ଜାରି ରହିଛି । ୧୦ ତାରିଖ ଅର୍ଥାତ ଆଜି ଶପଥ ଗ୍ରହଣ ହେବାର ଥିଲା । ମାତ୍ର ୧୨ ତାରିଖକୁ ଘୁଞ୍ଚାଇ ଦିଆଯାଇଛି । ମୁଖ୍ୟମନ୍ତ୍ରୀ ନାଁ ଉପରେ ଶୀଘ୍ର ମୋହର ମାରିବା ପାଇଁ କେନ୍ଦ୍ର ମନ୍ତ୍ରୀ ରାଜନାଥ ସିଂ ଓ ବରିଷ୍ଠ ନେତା ଭୂପେନ୍ଦ୍ର ଯାଦବଙ୍କୁ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି ବିଜେପି । ଦୁଇ ନେତା ଓଡିଶା ଆସିବା ପରେ ଆସନ୍ତାକାଲି ବିଧାୟକ ଦଳ ବୈଠକ ବସିବ । ବିଧାୟକଙ୍କ ମତାମତ ଗ୍ରହଣ କରିବା ପରେ ମୁଖ୍ୟମନ୍ତ୍ରୀ ନାଁ ଘୋଷଣା କରାଯିବ ବୋଲି ଜଣା ଯାଇଛି ।

ଅନ୍ୟପଟେ ଦିଲ୍ଲୀରୁ ଫେରିବା ପରେ ବିଧାୟକ ସୁରେଶ ପୂଜାରୀ କହିଛନ୍ତି, ମୁଖ୍ୟମନ୍ତ୍ରୀ କିଏ ହେବ ଘୋଷଣାକୁ ଅପେକ୍ଷା କରନ୍ତୁ । ଏନେଇ ଖୁବ୍ ଶୀଘ୍ର ନିଷ୍ପତ୍ତି ନିଆଯିବ। ପର‌୍ୟ୍ୟବେକ୍ଷକ ଭାବେ ରାଜନାଥ ସିଂହ ଓ ଭୁପେନ୍ଦ୍ର ଯାଦବ ଓଡିଶା ଆସିବେ। ବିଧାୟକଙ୍କ ସହ ସେମାନେ ଆଲୋଚନା ପରେ ନିଷ୍ପତ୍ତି ନିଆଯିବ। ଏଥିପାଇଁ ଘୋଷାଣାକୁ ଅପେକ୍ଷା କରନ୍ତୁ ବୋଲି କହିଛନ୍ତି ସୁରେଶ ପୂଜାରୀ।

ଆସନ୍ତାକାଲି ବିଧାୟକ ଦଳ ବୈଠକ ବସିବ। ସେଠାରେ ନବନିର୍ବାଚିତ ବିଜେପି ବିଧାୟକଙ୍କ ସହ ଆଲୋଚନା କରିବେ ବିଜେପିର ଦୁଇ କେନ୍ଦ୍ରୀୟ ପର୍ଯବେକ୍ଷକ। ଏହା ପରେ ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ନାଁ ଉପରେ ନିଷ୍ପତ୍ତି ନିଆଯିବ। ଆସନ୍ତା ୧୨ ତାରିଖରେ ଜନତା ମୈଦାନରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ। ମୁଖ୍ୟମନ୍ତ୍ରୀ ରେସରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଓ ସୁରେଶ ପୂଜାରୀ ଥିବା ନେଇ ଚର୍ଚ୍ଚା ହେଉଛି ।

More Stories