Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସମୟ ଧାର୍ଯ୍ୟ:୧୨ରେ ଓଡିଶାର ନୂତନ ମନ୍ତ୍ରୀମଣ୍ଡଳ

ଭୁବନେଶ୍ବର:ସମୟ ହେଲା ଧାର୍ଯ୍ୟ।ଆସନ୍ତା ଜୁନ୍ ୧୨ ତାରିଖ ବୁଧବାର ଦିନ ଅପରାହ୍ଣ ୪ଟା ୪୫ ମିନିଟ ସମୟରେ ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ।ଆୟୋଜିତ ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି। ଏନେଇ ପୁଲିସ କମିସନର ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି।ତାଙ୍କ ସୂଚନା ଅନୁଯାୟୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅପରାହ୍ଣ ୨ଟା ୧୦ ମିନିଟ୍ ସମୟରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚି ସିଧାସଳଖ ରାଜଭବନକୁ ଯିବେ। ସେଠାରୁ ସେ ଜନତା ମଇଦାନରେ ଆୟୋଜିତ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
୧୨ ତାରିଖରେ ମୋଦୀଙ୍କ ଓଡ଼ିଶା ଗସ୍ତକୁ ନେଇ କମିସନରେଟ୍ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇସାରିଛି। ପୁଲିସ କମିସନରଙ୍କ ଅଧ୍ୟକ୍ଷତାରେ କଟକ ଓ ଭୁବନେଶ୍ୱର ଟ୍ରାଫିକ ଅଧିକାରୀଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ବ୍ରହ୍ମପୁର ଓ ଅନୁଗୁଳ ଏସପିଙ୍କୁ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ସମୟରେ ସୁରକ୍ଷା ପାଇଁ ନିୟୋଜିତ କରାଯାଇଛି। ଜୟଦେବ ବିହାର ଛକରୁ ଜନତା ମୈଦାନ ପର୍ଯ୍ୟନ୍ତ ରୋଡ଼ ସୋ କରିବେ ମୋଦୀ। ଆସନ୍ତା ୧୨ ତାରିଖରେ ମୋଦୀଙ୍କ ସମେତ ଜନତା ମୈଦାନରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଶପଥ ପାଠ ଉତ୍ସବରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିମଧ୍ୟରେ କେନ୍ଦ୍ର ମନ୍ତ୍ରୀ ଅମିତ ଶାହ, ଅଶ୍ବିନୀ ବୈଷ୍ଣବ, ଧର୍ମେନ୍ଦ୍ର ପ୍ରଧାନ ଓଜୁଏଲ୍ ଓରାମଙ୍କ ସମେତ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଯୋଗ ଦେବେ ବୋଲି ଜଣାଯାଇଛି।ଏଥିପାଇଁ ବହୁ ବିଶିଷ୍ଟ ଅତିଥି ମାନଙ୍କୁ ନିମନ୍ତ୍ରଣ କରାଯାଇଛି।