ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ; ରାଜଧାନୀରେ ୫ ଘଣ୍ଟା ଟ୍ରାଫିକ କଟକଣା


ଭୁବନେଶ୍ବର: ଓଡ଼ିଶାରେ ସରକାର ଗଡ଼ିବାକୁ ଯାଉଛି ବିଜେପି । ଆସନ୍ତାକାଲି ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ । ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହ ଏବଂ ବହୁ ତୁଙ୍ଗ ନେତା ସାମିଲ ହେବାକୁ ଯାଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଏହାସହ ରାଜଧାନୀରେ ୫ ଘଣ୍ଟା ପାଇଁ ଟ୍ରାଫିକ କଟକଣା ଜାରି କରାଯାଇଛି ।

ମୁଖ୍ୟମନ୍ତ୍ରୀଙ୍କ ଶପଥ ଉତ୍ସବରେ ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀଙ୍କ ସମେତ ବିଭିନ୍ନ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଯୋଗଦେବେ । ଏଥିପାଇଁ ୫ ଘଣ୍ଟା ଟ୍ରାଫିକ କଟକଣା ଜାରି କରିଛି କମିଶନରେଟ ପୋଲିସ । ଅପରାହ୍ନ ୨ଟାରୁ ସନ୍ଧ୍ୟା ୭ଟା ଯାଏଁ ଜୟଦେବ ବିହାରରୁ ନାଲକୋ ଛକ ମଧ୍ୟରେ ଗାଡି ଚଳାଚଳ ଉପରେ ରୋକ ଲଗାଯାଇଛି । ସେହିଭଳି ଏହି ରୁଟକୁ ସଂଯୋଗ କରୁଥିବା ଗଳି ରାସ୍ତାକୁ ମଧ୍ୟ ସିଲ କରାଯିବ । ଏହି ରାସ୍ତାରେ ମଧ୍ୟ ଗାଡି ଚଳାଚଳ ହେବନି ବୋଲି ସ୍ପଷ୍ଟ କରିଛି ପୋଲିସ କମିସନର ।