ଭୁବନେଶ୍ବର: ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ । ଏହାସହ ଓଡ଼ିଶାରେ ଆରମ୍ଭ ହୋଇଯାଇଛି ମୋହନ ଯୁବ । ମୋହନଙ୍କ ସହ ଦୁଇ ଉପ-ମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଏବଂ ପ୍ରଭାତୀ ପରିଡ଼ା ମଧ୍ୟ ଶପଥ ନେଇଚନ୍ତି । ଏହି ଶପଥ ଗ୍ରହଣ ଉତ୍ସବରେ ସାମିଲ ହୋଇଛନ୍ତି ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ନବୀନ ପହଞ୍ଚିବା ପରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କୁ ପାଛୋଟି ନେଇଥିଲେ । ଏହାସହ ଅଭିବାଦନ ଜଣାଇ ତାଙ୍କୁ ତାଙ୍କ ଆସନ ପର୍ଯ୍ୟନ୍ତ ନେଇ ଯାଇଥିଲେ । ସଭାସ୍ଥଳରେ ବିଭିନ୍ନ କେନ୍ଦ୍ରମନ୍ତ୍ରୀ, ରାଜ୍ୟର ବରିଷ୍ଠ ନେତା ମାନେ ଉପସ୍ଥିତ ଅଛନ୍ତି ।