Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସୁଆଣ୍ଡରେ ଲୋକଙ୍କ ଭଲ ମନ୍ଦ ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ, କହିଲେ- ଏହା ଗରିବଙ୍କ ସରକାର

ପୁରୀ: ଶ୍ରୀମନ୍ଦିରର ଚାରି ଦ୍ୱାର ଖୋଲା ଯିବା ଏବଂ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ଉତ୍କଳ ମଣି ଗୋପବନ୍ଧୁ ଦାସଙ୍କ ଜନ୍ମମାଟି ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେଠାରେ ସେ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପ ମାଲ୍ୟାର୍ପଣ କରିଛନ୍ତି । ଲୋକଙ୍କ ସହ କଥା ହୋଇ ଭଲମନ୍ଦ ପଚାରି ବୁଝିବା ସହ ସମସ୍ୟା ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ଏ ସରକାର ହେଉଛି ଗରିବଙ୍କ ସରକାର । ଲୋକଙ୍କ ପାଖରେ ଆମେ ପହଞ୍ଚିବୁ । ୫ ବର୍ଷ ଭିତରେ ୫୦ ବର୍ଷର ବଳକା କାମ ପୂରଣ କରିବୁ । ଚାଷୀଙ୍କୁ ମିଳିଥିବା ପ୍ରତିଶ୍ରୁତି ୧୦୦ ଦିନ ଭିତରେ ପୂରଣ କରିବୁ । ୨୪ ବର୍ଷ ଭିତରେ ସରକାର ଘଟଣାସ୍ଥଳକୁ ବହୁତ କମ ଯାଉଥିଲେ । ଏହା ଗରିବଙ୍କ ସରକାର, ଗରିବ ହିସାବରେ ଆସିଛୁ । ଲୋକଙ୍କ ସମସ୍ୟା ଦୂର କରିବୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସୂଚନାଯୋଗ୍ୟ, ଗତକାଲି ମୁଖ୍ୟମନ୍ତ୍ରୀ ପଦରେ ଶପଥ ନେଇଥିଲେ ମୋହନ ମାଝୀ ଏବଂ ତାଙ୍କ ମନ୍ତ୍ରି ପରିଷଦ । ଶପଥ ନେବା ପରେ ପରେ ଲୋକସେବା ଭବନ ଯାଇ ବିଧିବଦ୍ଧ ମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିଥିଲେ । ଏହା ପରେ ନୂଆ ସରକାରର ପ୍ରଥମ କ୍ୟାବିନେଟ୍ ବୈଠକରେ ଚାରି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଥିଲେ ରାଜ୍ୟ ସରକାର । କ୍ୟାବିନେଟର ପ୍ରଥମ ନିଷ୍ପତ୍ତି କ୍ରମେ ଆଜି ଶ୍ରୀମନ୍ଦିରର ଚାରି ଦ୍ୱାର ଖୋଲିଛି ।

ରାଜ୍ୟର କୃଷକ ଭାଇଭଉଣୀ ମାନଙ୍କ ସଶକ୍ତିକରଣ ପାଇଁ ଏକ ‘ସମୃଦ୍ଧ କୃଷକ ନୀତି’ ଆସିବ ଏବଂ ଚାଷୀ ମାନଙ୍କୁ ଦିଆଯାଇଥିବା ପ୍ରତିଶୃତି ଅନୁଯାୟୀ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କ୍ବିଣ୍ଟାଲ ପିଚ୍ଛା ୩୧୦୦ ଟଙ୍କାକୁ ବୃଦ୍ଧି କରାଯିବ। ଏଥିପାଇଁ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ଏବଂ ଆଗାମୀ ୧୦୦ ଦିନ ମଧ୍ୟରେ ଏହା କାର‌୍ୟ୍ୟକାରୀ କରାଯିବ।

ମହିଳା ମାନଙ୍କୁ ଅଧିକ ସଶକ୍ତ କରିବା ପାଇଁ ଏବଂ ସେମାନଙ୍କ ଆର୍ଥିକ ସ୍ଥିତିରେ ଉନ୍ନତି ଆଣିବା ପାଇଁ ସୁଭଦ୍ରା ଯୋଜନା କାର‌୍ୟ୍ୟକାରୀ କରାଯିବ। ଏହି ଯୋଜନାରେ ମହିଳା ମାନଙ୍କୁ ୫୦ ହଜାର ଟଙ୍କାର ଭାଉଚର ଦିଆଯିବ। ଆଗାମୀ ୧୦୦ ଦିନ ମଧ୍ୟରେ ଏହାର ରୂପରେଖ ପ୍ରସ୍ତୁତ କରି ମାର୍ଗଦର୍ଶିକା ପ୍ରସ୍ତୁତ କରିବାକୁ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ