Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କୁଏତ ଅଗ୍ନିକାଣ୍ଡ: ଭୁବନେଶ୍ୱର ପହଞ୍ଚିଲା ୨ ଓଡିଆଙ୍କ ମରଶରୀର, ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ସରକାର

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲା କୁଏତ୍ ଅଗ୍ନିକାଣ୍ଡରେ ମୃତ ଦୁଇ ଓଡ଼ିଆଙ୍କ ମର ଶରୀର। ସ୍ୱତନ୍ତ୍ର ବିମାନ ଯୋଗେ ମୃତ ମହମ୍ମଦ ଜହୁର ଓ ସନ୍ତୋଷ ଗୌଡ଼ଙ୍କର ମର ଶରୀର ପହଞ୍ଚିଛି। ମୃତଦେହ ବିମାନ ବନ୍ଦର ପହଞ୍ଚିବା ପରେ ଶେଷ ଦର୍ଶନ କରିଛନ୍ତି ଓଡ଼ିଶାର ଦୁଇ ଉପ ମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓଏବଂ ପ୍ରଭାତୀ ପରିଡ଼ା ଓ କ୍ୟାବିନେଟ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଏହା ସହିତ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ଆସିକା ସାଂସଦ ଅନୀତା ଶୁଭଦର୍ଶିନୀ ଓ କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁ ମଧ୍ୟ ଶେଷ ଦର୍ଶନ କରିଛନ୍ତି।

ରାଜ୍ୟ ସରକାରଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ଉଭୟଙ୍କ ପରିବାରର ସଂପର୍କୀୟଙ୍କୁ ୪ ଲକ୍ଷର ଅନୁକମ୍ପା ରାଶି ଦିଆଯିବା ନେଇ ଘୋଷଣା କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ଦୁଇ ଉପ ମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା। ମୃତ ମହମ୍ମଦ ଜହୁରଙ୍କ ଘର କଟକ ତିଗିରିଆ ଥାନା କରଡ଼ାପଲ୍ଲୀ ଗାଁରେ ହୋଇଥିବା ବେଳେ ସନ୍ତୋଷ ଗୌଡଙ୍କ ଘର ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଲକ ରଣଝାଲି ଗାଁରେ ମୃତ ସନ୍ତୋଷ ଗୌଡଙ୍କ ଘର। ଜହୁର କୁଏତରେ ୨୦୧୭ ମସିହାରୁ ଲାବରୋଟାରୀ ଟେକନିସିଆନ୍ ଭାବେ କାର୍ଯ୍ୟ କରୁଥିଲେ ।

ଏଠାରୁ ଦୁଇ ମୃତକଙ୍କ ମର ଶରୀର ସେମାନଙ୍କ ଗାଁକୁ ପଠଯିବ। ଗତକାଲି ବାୟୁସେନାର ହର୍କ୍ୟୁଲସ୍ ବିମାନରେ ଭାରତର ୪୫ ଜଣ ମୃତକଙ୍କ ପାର୍ଥିବ ଶରୀରକୁ ଭାରତ ଅଣାଯାଇଥିଲା। କୋଚି ବିମାନ ବନ୍ଦରରୁ ଆଜି ଜନ୍ମମାଟିକୁ ପଠାଯାଉଛି। କଟକରେ ଲୋକସଭା ସଦସ୍ୟ ଭର୍ତ୍ତୃହରି ମହତାବ ମୃତ ମହମ୍ମଦ ଜହୁର ଓ ଆସିକାରେ ସାଂସଦ ଅନୀତା ଶୁଭଦର୍ଶିନୀ ଓ ମନ୍ତ୍ରୀ ବିଭୂତିଭୂଷଣ ଜେନା ସନ୍ତୋଷ ଗୌଡ଼ଙ୍କର ମର ଶରୀରକୁ ନେଇ ନିଜ ନିଜ ଗାଁକୁ ନେବେ ବୋଲି ଉପ ମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓ କହିଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ