Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୧୮ରେ ଖୋଲିବ ସ୍କୁଲ, ସବୁ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଦେବାକୁ ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଗ୍ରୀଷ୍ମବକାଶ ସରିବାକୁ ଯାଉଛି । ଆସନ୍ତା ୧୮ ତାରିଖରେ ଖୋଲିବ ରାଜ୍ୟର ସମସ୍ତ ବିଦ୍ୟାଳୟ। ପ୍ରଥମ ଦିନରୁ ହିଁ ଓଡ଼ିଶାର ସବୁ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଦିଆଯିବା ଲାଗି ମୋହନ ମାଝୀଙ୍କ ନୂଆ ସରକାର ନିର୍ଦ୍ଦେଶ ଦେଇଛନ୍ତି।

ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ଏହି ବ୍ୟବସ୍ଥା କରାଯିବାକୁ କୁହାଯାଇଛି। ଯେପରି କେହି ବି ଛାତ୍ରଛାତ୍ରୀ ମଧ୍ୟାହ୍ନ ଭୋଜନରୁ ବଞ୍ଚିତ ନ ହୁଅନ୍ତି, ସେଥିପ୍ରତି ଧ୍ୟାନ ଦେବାକୁ ସରକାର ତାଗିଦ୍ କରିଛନ୍ତି। ସମସ୍ତ ଡିଇଓଙ୍କୁ ପିଏମ୍ ପୋଷଣ ନୋଡାଲ୍ ଅଧିକାରୀ ଏନେଇ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ଏପ୍ରିଲ ୨୫ ତାରିଖରୁ ରାଜ୍ୟରେ ଖରା ଛୁଟି ଆରମ୍ଭ ହୋଇଥିଲା ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ