Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତିରୁ ରାଜ୍ୟ ବାହାରକୁ ଚୋରାଚାଲାଣ ପାଇଁ କାଜୁ ତୋଟାରେ ଗଛିତ ଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ

ପାରଳାଖେମୁଣ୍ଡି:୧୭/୬(ଗରୁଡ଼ ଧ୍ଵଜ ଚୌଧୁରୀ) ଜିଲ୍ଲା ଅଡବା ଥାନା ବାଛିପଙ୍କା ନିକଟସ୍ଥ କାଜୁ ତୋଟାରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ପୋଲିସ | ଜବତ ଗଞ୍ଜେଇ ୩ କୁଇଣ୍ଟାଲ ୪୮ କିଲୋ ଥିବାବେଳେ ଚୋରା ଚାଲାଣ କରୁଥିବା ଅଭିଯୁକ୍ତ ଘଟଣା ସ୍ଥଳରୁ ଚମ୍ପଟ ମାରିଛି। ଅଭିଯୁକ୍ତକୁ ଖୁବ ଶୀଘ୍ର ଗିରଫ କରାଯିବ ବୋଲି ଥାନା ଅଧିକାରୀ କହିଛନ୍ତି l ପୁଲିସ ସୂତ୍ରରୁ ମିଳିଥିବା ସୂଚନା ପ୍ରକାରେ ରବିବାର ଅପରାହ୍ନରେ ଗଜପତି ଏସପି ସ୍ବାତି ଏସ କୁମାରଙ୍କ ନିର୍ଦ୍ଦେଶକ୍ରମେ ବିଶେଷ ସୂତ୍ରରୁ ଖବର ପାଇ ଅଡବା ଥାନା ଦାୟିତ୍ଵ ଥିବା ମୋହନା ଥାନା ଅଧିକାରୀ ବସନ୍ତ କୁମାର ସେଠୀ ଓ ଅଡବା ଥାନା ଷ୍ଟାପ ମିଳିତ ଭାବେ ବାଛିପଙ୍କା ଗ୍ରାମ ନିକଟରେ ଥ‌ିବା କାଜୁ ଜଙ୍ଗଲ ରେ ଚଡଉ କରିଥିଲେ | ଚଢ଼ଉ ପରେ କାଜୁ ଜଙ୍ଗଳର ଗୋଟିଏ ସ୍ଥାନରେ ୩ କୁଇଣ୍ଟାଲ ୪୮ କିଲୋ ୯ ଶହ ଗ୍ରାମ ଗଞ୍ଜେଇ ଥିବା ଦେଖୁଥିଲେ | ଉକ୍ତ ଗଞ୍ଜେଇ ଜବତ କରାଯାଇଛି। ପୁଲିସ ଚଢ଼ଉ ପୂର୍ବରୁ ଅଭିଯୁକ୍ତ ଚମ୍ପଟ ମାରିଥିଲେ | ଉକ୍ତ ଗଞ୍ଜେଇ ବାହାର ରାଜ୍ୟକୁ ଚାଲାଣ ପାଇଁ ପ୍ରସ୍ତୁତି କରାଯାଉଥିଲା ବୋଲି ଥାନା ଅଧିକାରୀ ସୂଚନା ଦେଇଛନ୍ତି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀଙ୍କ ବଦଳି ଦାବୀ କରି ଆଶା କର୍ମୀଙ୍କ ଧାରଣା ସହ ସରକାରୀ ପ୍ରୋକଷ୍ଠ ରେ ତାଲା ପକାଇଲେପାରଳାଖେମୁଣ୍ଡି:୯/୨(ଗରୁଡ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ବ୍ଲକ ଭାବେ ପରିଚିତ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଙ୍କ ବଦଳି ଦାବି ରେ ଆଶାକର୍ମୀ ଙ୍କ ଧାରଣା l ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କ ସରକାରୀ ପ୍ରକୋଷ୍ଠ ରେ ତାଲା ପକାଇ ପ୍ରକୋଷ୍ଠ ସମ୍ମୁଖରେ ଆଶାକର୍ମୀ ଧାରଣା ଦେଇଛନ୍ତି l ସେମାନଙ୍କ କୌଣସି କାର୍ଯ୍ୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ କରୁନଥିବା ଅଭିଯୋଗ କରିଛନ୍ତି ଆଶାକର୍ମୀ l ଯେବେଠାରୁ ଡାକ୍ତର ଜୟ ପଣ୍ଡା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଭାବେ ଦାୟିତ୍ୱ ନେଇଛନ୍ତି ସେହି ଦିନ ଠାରୁ ଆଶାକର୍ମୀ ଙ୍କୁ ନିୟମିତ ପାରିଶ୍ରମିକ ମିଳୁନଥିବା ଅଭିଯୋଗ କରିଛନ୍ତି l ପୂର୍ବରୁ ଅନେକ ଥର ପ୍ରଶାସନ ଠାରେ ଦାବି କରିଥିଲେ ମଧ୍ୟ କୌଣସି ସମାଧାନ ହୋଇନି l ଯେତେବେଳେ ପର୍ଯ୍ୟନ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କୁ ବଦଳି ହୋଇନି ସେତେବେଳେ ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଆଶାକର୍ମୀ ସଂଘ ସଭାନେତ୍ରୀ ଅନୁପମା ନାୟକ,ବ୍ଲକ ସଭାନେତ୍ରୀ ସଙ୍ଗୀତା ନାୟକ ଚେତାବନୀ ଦେଇଛନ୍ତି l