Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଆଜି ଓ କାଲି ରାଜ୍ୟରେ ସମସ୍ତ ସ୍କୁଲ ଛୁଟି

ଭୁବନେଶ୍ବର : ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ପ୍ରଚଣ୍ଡ ତାତିରେ କଲବଲ ହେଉଛି ସାରା ଓଡ଼ିଶା। ଏହାକୁ ଦୃଷ୍ଟିରେ ରଖି ପୁଣି ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଆଜି ଓ କାଲି ରାଜ୍ୟରେ ସମସ୍ତ ସ୍କୁଲ ବନ୍ଦ ରହିବ । ଅସହ୍ୟ ତାତି ଯୋଗୁ ପିଲାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ଆଜି ଓ କାଲି ଦୁଇଦିନ ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ରହିବା ନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ।

ଉଭୟ ସରକାରୀ ଓ ବେସରକାରୀ ସ୍କୁଲ ସମେତ ଅଙ୍ଗନବାଡ଼ି ମଧ୍ୟ ବନ୍ଦ ରହିବ  । ତେବେ ଖରାର ସ୍ଥିତିକୁ ନେଇ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ । ପୂର୍ବରୁ ଗ୍ରୀଷ୍ମ ପ୍ରବାହ ପାଇଁ ଗତ ୧୨ରୁ ୧୬ତାରିଖ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ଥିଲା । ୧୭ ତାରିଖରୁ ପୁଣି ଥରେ ସକାଳୁଆ ସ୍କୁଲ ଆରମ୍ଭ ହୋଇଥିଲା  । ପୁଣି ରାଜ୍ୟ ସରକାର ଗ୍ରୀଷ୍ମ ପ୍ରବାହ ପାଇଁ ସ୍କୁଲ ଛୁଟି ଘୋଷଣା କରିଛନ୍ତି।