Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ତାତିରୁ ତ୍ରାହି ନାହିଁ; ୮ଜିଲ୍ଲାକୁ ହିଟଓ୍ବେଭ ୱାର୍ଣ୍ଣିଂ

ଭୁବନେଶ୍ବର : ଡହଡହ ଖରାରେ ସୁଝୁଛି ସାରା ଓଡ଼ିଶା। ଅସମ୍ଭାଳ ତାତି ଅସ୍ତବ୍ୟସ୍ତ ଜନଜୀବନ। ସକାଳ ୮ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ପ୍ରଚଣ୍ଡ ତାତି ଅନୁଭୂତ ହେଉଛି। ରାଜ୍ୟର ଅଧିକାଂଶ ସ୍ଥାନରେ ପାରଦ ୪୦ଡିଗ୍ରୀ ଡେଇଁଲାଣି। ଦିନର ତାପମାତ୍ରା ଯେତିକି ରହୁଛି ତାଠାରୁ ୬ରୁ ୭ଡିଗ୍ରୀ ତାପମାତ୍ରା ଅଧିକ ଅନୂଭୂତ ହେଉଛି ।

ଆସନ୍ତା ୨୧ତାରିଖ ପର୍ଯ୍ୟନ୍ତ ତାତିରୁ ତ୍ରାହି ନାହିଁ। ଆସନ୍ତା କାଲି ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡିଶାର ୮ଜିଲ୍ଲାକୁ ହିଟଓ୍ବେଭ ୱାର୍ଣ୍ଣିଂ ଦିଆଯାଇଛି। ସେହି ଜିଲ୍ଲାଗୁଡିକ ହେଲା ସୁନ୍ଦରଗଡ, ମୟୁରଭଞ୍ଜ, କେନ୍ଦୁଝର, ଝାରସୁଗୁଡା, ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ ଜିଲ୍ଲାକୁ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ