Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସ୍ତରୀୟ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପାରଳାଖେମୁଣ୍ଡି:୧୯/୬(ଗରୁଡ଼ ଧ୍ଵଜ ଚୌଧୁରୀ)ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ନିମନ୍ତେ ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଭାଗର ପର୍ଯ୍ୟବେକ୍ଷକ ଶ୍ରୀ ମେଘାନନ୍ଦ ବେହେରା, ମୁଖ୍ୟ ଉନ୍ନୟନ ଅଧିକାରୀ ଅଧିକାରୀ ଜିଲ୍ଲାପରିଷଦ ଡ଼.ଗୁଣନିଧି ନାୟକ, ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଦିଲ୍ଲୀପ କୁମାର ବେହେରା, ଡିଏସପି ଶ୍ରୀ ଆଲୋକ ରଞ୍ଜନ ରାୟ,ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ଶ୍ରୀ ଜଗନ୍ନାଥ ପାଢ଼ୀ ଉପସ୍ଥିତ ରହିଥିଲେ। ଏହି କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ ରହିଥିଲା ରାଜ୍ୟରେ ବିଭିନ୍ନ ସମୟରେ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଥିବା ବେଳେ ବନ୍ୟା, ବାତ୍ୟା, ଭୂସ୍ଖଳନ ଏବଂ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଜନସାଧରଣଙ୍କ ଧନ ଜୀବନକୁ କିପରି ରକ୍ଷା କରାଯାଇ ପାରିବ ସେ ନେଇ ଆଲୋଚନା କରାଯାଇଥିଲା। ଗଜପତି ଜିଲ୍ଲାକୁ ବିପର୍ଯୟ ପରିଚାଳନା ନିମନ୍ତେ ଜିଲ୍ଲାସ୍ତରୀୟ ,ବ୍ଲକ ସ୍ତରୀୟ ଓ ପାରଳାଖେମୁଣ୍ଡି ପୌରପରିଷଦ ଓ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧିକାରୀ ମାନଙ୍କର କାର୍ଯ୍ୟଦକ୍ଷତା ଏବଂ କୁଶଳତାକୁ ସଠିକ ଭାବେ କାର୍ଯ୍ୟକ୍ରମ କରାଇବା l
ଜିଲ୍ଳାର ସମସ୍ତ ବିଭାଗୀୟ ଅଧିକାରୀ ସମ୍ଭାବ୍ୟ ବିପର୍ଯ୍ୟୟକୁ ସମ୍ମୁଖୀନ ହେବା ପୂର୍ବରୁ ଏହାର ମୁକାବିଲା କରିବା ପୂର୍ବରୁ ଏହାର ମୁକାବିଲା ପାଇଁ ବ୍ୟାପକ ସଜାଗ ରହିବା ପାଇଁ ପରାମର୍ଶ ଦିଆଯାଇଛି। ବିପର୍ଯ୍ୟୟ ସମୟରେ ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀ ଗୋଟିଏ ଟିମ୍ ହୋଇ କାର୍ଯ୍ୟ କରିବା ସହିତ ପ୍ରଭାବିତ ଜନସାଧରଣଙ୍କୁ ଖାଦ୍ୟ, ଔଷଧ, ପାନୀୟ ଜଳ, ଚୁଡ଼ା, ଗୁଡ଼ ମହଜୁଦ ରଖିବା ସହିତ ଦୁର୍ବଳ ସ୍ଥିତିରେ ଥିବା ନଦୀ ଓ କେନାଲ ବନ୍ଧ ନିର୍ମାଣ ଆଦି ଗୁରୁତ୍ଵ ଦେବା ସହିତ ବିପର୍ଯ୍ୟୟ ପରେ ଥଇଥାନ ପଦେକ୍ଷପକୁ ସଠିକ ଭାବରେ ପରିଚାଳନା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷ କରି ଜିଲ୍ଲାରେ ସାଧାରଣତଃ ସ୍ବାସ୍ଥ୍ୟ, ପ୍ରାଣୀ ଚିକିତ୍ସା, ପାନୀୟ ଜଳ ପରିମଳ ବିଭାଗ , କୃଷି, ଯୋଗାଣ ବିଭାଗ ଓ ବିଦ୍ୟୁତ ବିଭାଗର ଅଧିକାରୀ ସମେତ ସମସ୍ତ ଲାଇନ୍ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା କରାଯାଇଥିଲା। ଏହା ସବୁ ବିଭାଗର ଅଧିକାରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ଏବଂ ଅନ୍ୟ ପଦସ୍ଥ ଅଧିକାରୀ ମାନେ କିପରି ନିଜ ନିଜ ବିଭାଗ ଦ୍ଵାରା ଏହାକୁ ପରିଚାଳନା କରିବେ ସେ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ବିପର୍ଯ୍ୟୟ ପରିଚାଳନା ଅଧିକାରୀ ଶ୍ରୀ ପ୍ରଦୋଷ କୁମାର ଶତପଥି ପରିଚାଳନା କରିଥିବା ବେଳେ ,ବିଭାଗୀୟ କର୍ମଚାରୀମାନେ ସହଯୋଗ କରିଥିଲେ l
ଏହି ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଟେବୁଲ ଟପ ଏକ୍ସରସାଇଜ ବୈଠକରେ ଛତ୍ରପୁର ଓଡିଆରଏଏଫ୍ ଟିମ୍ ,ଜିଲ୍ଲା ଅଗ୍ନିଶମ ଟିମ୍ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଗଣ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ମୋହନା ବ୍ଲକ ଅନ୍ତର୍ଗତ ତାରମାଳ ଗ୍ରାମରେ ଗୁହାଳରେ ବଳଦବାନ୍ଧୁଥିବା ବେଳେ ବଜ୍ରାଘାତ, ବୃଦ୍ଧ ଓ ବଳଦ ମୃତ ପାରଳାଖେମୁଣ୍ଡି:୨୧/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ତରାମାଳ ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା ଘଟିଛି। ପ୍ରବଳ ବର୍ଷା ସହ ବଜ୍ରପାତ ଯୋଗୁଁ ଜଣେ ୭୦ ବର୍ଷୀୟ ବୃଦ୍ଧ ଓ ତାଙ୍କ ବଳଦର ମୃତ୍ୟୁ ଘଟିଛି। ମୃତ ବୃଦ୍ଧ ହେଲେ ତରାମାଳ ଗ୍ରାମର ଜାବି ମଳିକ। ସୂଚନା ଅନୁଯାୟୀ, ଅପରାହ୍ନରେ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘନ ଘନ ବଜ୍ରପାତ ହେଉଥିଲା। ପ୍ରତିଦିନ ଭଳି ଜାବି ମଳିକ ଗୋରୁ ଚରାଇ ଘରକୁ ଫେରିଥିଲେ। ବର୍ଷା ବଢ଼ିବାରୁ ସେ ନିଜ ବଳଦକୁ ଗୁହାଳରେ ବାନ୍ଧୁଥିବା ବେଳେ ହଠାତ୍ ଏକ ପ୍ରଚଣ୍ଡ ବଜ୍ରପାତ ହୋଇଥିଲା। ବଜ୍ରାଘାତରେ ବୃଦ୍ଧ ଓ ବଳଦ ଗୁରୁତର ଭାବେ ପ୍ରଭାବିତ ହୋଇ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଥିଲେ।ପ୍ରଚଣ୍ଡ ଶବ୍ଦ ଶୁଣି ପରିବାର ଲୋକ ଓ ଗ୍ରାମବାସୀ ଦୌଡ଼ି ଆସିଥିଲେ। ସେମାନେ ବୃଦ୍ଧ ଓ ବଳଦକୁ ନିଷ୍ପ୍ରାଣ ଅବସ୍ଥାରେ ପଡ଼ିଥିବା ଦେଖିଥିଲେ। ଘଟଣା ପରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି।ଖବର ପାଇ ସ୍ଥାନୀୟ ଲୋକେ ପ୍ରଶାସନକୁ ସୂଚନା ଦେଇଥିବା ବେଳେ ବାର୍ତ୍ତା ଲେଖାହେବା ସୁଦ୍ଧା କୌଣସି ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ନଥିବା ଜଣାପଡ଼ିଛି। ମୃତକଙ୍କ ପରିବାରକୁ ସରକାରୀ ସହାୟତା ପ୍ରଦାନ କରିବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି।