Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ସରକାରଙ୍କ ବିକାଶ ଓ କଲ୍ୟାଣ ମୂଳକ କାର୍ଯ୍ୟକ୍ରମକୁ ସଠିକ୍ ଭାବେ ଲୋକଙ୍କ ପାଖରେ ପହଞ୍ଚାନ୍ତୁ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ରାଜ୍ୟ ଅତିଥି ଭବନ ଠାରେ ସୂଚନା ଓ ଲୋକସଂପର୍କ ବିଭାଗ ର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂ, ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ ଏବଂ ବିଭାଗ ର ଅନ୍ୟ ବରିଷ୍ଠ ଅଧିକାରୀମାନେ ଭେଟି ବିଭାଗୀୟ କାର୍ଯ୍ୟାବଳୀ ବିଷୟରେ ସୂଚନା ପ୍ରଦାନ କରିଥିଲେ ।
ଆଲୋଚନାରେ ବିଭାଗରେ ଖାଲି ପଡ଼ିଥିବା ବିଭିନ୍ନ ପଦବୀ ପୂରଣ ସମେତ ସାମ୍ବାଦିକଙ୍କ କଲ୍ୟାଣ ପାଇଁ ନିଆଯାଉଥିବା ପଦକ୍ଷେପ, ବଜେଟ ବ୍ୟବସ୍ଥା, ଜିଲ୍ଲା ସ୍ତରୀୟ କାର୍ଯ୍ୟଳୟ କୁ ଅଧିକ ସୁଦୃଢ କରିବା, ସାମାଜିକ ଗଣମାଧ୍ୟମ, ତଥା ଅନ୍ୟାନ୍ୟ ଗୁରୁତ୍ଵ ପୂର୍ଣ୍ଣ ବିଷୟ ଗୁଡ଼ିକ ଉପରେ ଆଲୋଚନା ହୋଇଥିଲା।
ଲୋକଙ୍କ ସରକାର ଓ ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ପ୍ରତିପାଦିତ ହୋଇଥିବା ନୂଆ ସରକାରରେ ସରକାରଙ୍କ ବିଭିନ୍ନ ବିକାଶ ମୂଳକ କାର୍ଯ୍ୟକ୍ରମ ଓ କଲ୍ୟାଣକାରୀ ଯୋଜନା ଗୁଡିକ ସଠିକ୍ ଭାବେ ଲୋକଙ୍କ ପାଖରେ ପହଞ୍ଚାଇବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଗୁରୁତ୍ଵ ଦେବାସହ ବୃତ୍ତିଗତ ଦକ୍ଷତା ବୃଦ୍ଧି କରିବା ପାଇଁ ସେ ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ।
ଖାଲି ପଡ଼ିଥିବା ପଦବୀ ଗୁଡ଼ିକ ଶୀଘ୍ର ପୂରଣ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ଵ ଆରୋପ କରିଥିଲେ।
ବୈଠକରେ ନିର୍ଦ୍ଦେଶକ (ବୈଷୟିକ) ସୁରେନ୍ଦ୍ର ନାଥ ପରିଡ଼ା, ଅତିରିକ୍ତ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶକ ଗୁରବିର ସିଂ, ଅର୍ଥ ପରାମର୍ଶ ଦାତା ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।