Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜି ରାତି ୧୨ରୁ ଆସନ୍ତାକାଲି ଦିନ ୧୧ଟା ଯାଏଁ ଶ୍ରୀମନ୍ଦିର ବନ୍ଦ

ପୁରୀ: ଆଜି ରାତି ୧୨ଟାରୁ ଆସନ୍ତାକାଲି ଦିନ ୧୧ଟା ଯାଏଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ । ମହାପ୍ରଭୁଙ୍କ ଦର୍ଶନ କରି ପାରିବେନି ଭକ୍ତ । ଦେବସ୍ନାନ ମଣ୍ଡପକୁ ପହଣ୍ଡି ବିଜେ ପାଇଁ ଶ୍ରୀବିଗ୍ରହଙ୍କ ସେନାପଟା ଲାଗି ନୀତି ଅନୁଷ୍ଠିତ ହେବ l ଏଣୁ ବଡ଼ସିଂହାର ଭୋଗ ଶେଷ ହେବା ପରେ ଆପାତତଃ ଆଜି ରାତି ୧୨ଟାରୁ କାଲି ଦିନ ୧୧ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀଜଗନ୍ନାଥ ମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଟାଇଛି ।
ସୂଚନାଯୋଗ୍ୟ, ଆସନ୍ତା ୨୨ ତାରିଖରେ ଶ୍ରୀଜୀଉଙ୍କ ଦେବସ୍ନାନ ପୂର୍ଣ୍ଣିମା । ୧୦୮ ପବିତ୍ର ଜଳରେ ସ୍ନାନ ମଣ୍ଡପରେ ଶ୍ରୀଜିଉ ସ୍ନାନ କରିବେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ