Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ତିନି ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି: ମାଲକାନଗିରି ଏସପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି ତିନି ଜଣ ମାଓବାଦୀ । ସମସ୍ତେ ମାୱାଦୀ ଛତିଶଗଡ ଦକ୍ଷିଣ ବସ୍ତର ସଂଗଠନର ମିଲିସିଆ ମେମ୍ବର ବୋଲି ଜଣାପଡିଛି । ଛତିଶଗଡରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଜୋରଦାର ଅପରେସନ ଚାଲିଥିବା ବେଳେ ଭୟଭୀତ ହୋଇ ଏମାନେ ମାଲକାନଗିରି ପୋଲିସ ପାଖରେ ଆତ୍ମସମର୍ପଣ କରିଛନ୍ତି ।
ଆତ୍ମସମର୍ପଣ କରିଥିବା ୩ ଜଣ ମିଲିସିଆ ମାଓବାଦୀ ହେଲେ ଦେବା ମାଡଭି, ଆଡମା ମାଡକାମି ଏବଂ ମୁକା ସୋଡି । ତିନି ଜଣଙ୍କ ଘର ଛତିଶଗଡ ସୁକୁମା ଜିଲ୍ଲାର ଚିନ୍ତାଗୁମ୍ଫା ଅଞ୍ଚଳରେ ବୋଲି ଜଣାପଡ଼ିଛି । ଆତ୍ମସମର୍ପଣ ପରେ ଏମାନଙ୍କୁ ଓଡିଶା ସରକାରଙ୍କ ନିୟମ ଅନୁଯାୟୀ ଥଇଥାନ କରାଯିବ ବୋଲି ମାଲକାନଗିରି ଏସପି ସୂଚନା ଦେଇଛନ୍ତି ।