Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ପ୍ରତିଦିନ ଅପରାହ୍ନ ୩ଟାରୁ ୫ଟା ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପ୍ରତିଦିନ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଅପରାହ୍ନ ୩ଟାରୁ ୫ଟା ବସିବ ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣି କରିବେ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ମୁଖ୍ୟମନ୍ତ୍ରୀ ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ । ଲୋକଙ୍କ ଅଭିଯୋଗ ପତ୍ର ଗ୍ରହଣ କରି ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେବେ ।
ଲୋକଙ୍କ ସମସ୍ୟାର ସମାଧାନ ଦିଗରେ ଏକ ଶୃଙ୍ଖଳିତ ଓ ସମୟୋଚିତ ବ୍ୟବସ୍ଥା ସୃଷ୍ଟି ପାଇଁ ମୁଖ୍ୟମନ୍ତ୍ରୀ ଏହି ପଦକ୍ଷେପ ନେଇଥିବା ସିଏମଓ ପକ୍ଷରୁ କୁହାଯାଇଛି ।
ସୂଚନାଯୋଗ୍ୟ, ନୂଆ ସରକାର ଗଠନ ପରଠୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ସମୟରେ ଲୋକଙ୍କ ସହିତ ସହଜରେ ମିଶୁଛନ୍ତି ଓ ସୁଖଦୁଃଖ ବୁଝୁଛନ୍ତି । ଏହାସହ ଲୋକଙ୍କ ଅଭିଯୋଗ ଗୁଡ଼ିକର ସମାଧାନ ପାଇଁ ଆଶ୍ଵାସନା ମଧ୍ୟ ଦେଉଛନ୍ତି ।