Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରାଜ୍ୟର ସମସ୍ତ ଅଞ୍ଚଳକୁ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ, ତଥାପି ୩୯% ନିଅଣ୍ଟିଆ ବର୍ଷା

ଭୁବନେଶ୍ଵର: ଅନୁକୂଳ ହେଲା ପାଗ।  ରାଜ୍ୟର ସମସ୍ତ ଅଞ୍ଚଳକୁ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ  ବାୟୁ। ମୌସୁମୀ ସକ୍ରିୟ ହେବା ଯୋଗୁଁ ଆଗାମୀ ୪ ଦିନ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ତଥାପି ରାଜ୍ୟରେ ନିଅଣ୍ଟିଆ ସ୍ଥିତି ଲାଗି ରହିଛି।  ସୋମବାର ୨୮ ଜିଲ୍ଲାରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ବର୍ଷା ବେଳେ ବିଜୁଳି ଘଡ଼ଘଡ଼ି ସମ୍ଭାବନା ରହିଛି। ଏନେଇ ୟେଲୋ ବିଭାଗ ପକ୍ଷରୁ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ବର୍ଷା ବେଳେ ୩୦ରୁ ୪୦ କିମି ବେଗରେ ପବନ ହେବା ସମ୍ଭାବନା ରହିଛି।

୨୫ ତାରିଖ ପାଇଁ ୧୭ ଜିଲ୍ଲାକୁ ଝଡ଼ତୋଫାନ ଚେତାବନୀ ଜାରି ହୋଇଛି । ଏହାପରେ ୨୬ରୁ ପୁଣି ବଢିବ ବର୍ଷାର ପରିମାଣ । ୨୬ରେ କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଅନ୍ୟପଟେ ଜୁନ୍ ୧ରୁ ଏବେ ସୁଦ୍ଧା ରାଜ୍ୟରେ ସ୍ୱାଭାବିକ ଠାରୁ ୩୯% କମ୍ ବର୍ଷା ହୋଇଛି । ୫ ଜିଲ୍ଲାରେ ସ୍ଥିତି ଅତି ଉତ୍କଟ ଏବଂ ୧୭ ଜିଲ୍ଲାରେ ୨୦ରୁ ୫୯% ନିଅଣ୍ଟିଆ ବର୍ଷା ହୋଇଛି। ତେଣୁ ଚାଷ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ନିଅଣ୍ଟିଆ ବର୍ଷା ଯୋଗୁ ୪ ଜିଲ୍ଲାରେ ସ୍ଥିତି ଅତି ଉତ୍କଟ ରହିଛି । ଏହି ସବୁ ଜିଲ୍ଲାମାନଙ୍କରେ ୬୦ ପ୍ରତିଶତରୁ କମ୍ ବୃଷ୍ଟିପାତ ହୋଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ପୁରୀ,ବଲାଙ୍ଗିର,ବାଲେଶ୍ୱର ଓ ମୟୂରଭଞ୍ଜ। ପୁରୀରେ ସର୍ବାଧିକ ସ୍ୱାଭାବିକ ଠାରୁ ୭୦ ପ୍ରତିଶତ କ‌ମ୍ ବର୍ଷା ହୋଇଥିବା ବେଳେ ମୟୂରଭଞ୍ଜରେ ୬୯, ବାଲେଶ୍ୱରରେ ୬୫ ଏବଂ ବଲାଙ୍ଗିରରେ ୬୨ ପ୍ରତିଶତ କମ୍ ବର୍ଷା ରେକର୍ଡ ହୋଇଛି।

ସେପଟେ  ବନ୍ୟା ନିୟନ୍ତ୍ରଣ, ନଦୀ ପୁନରୁଦ୍ଧାର ଓ ଜଳପଥର ଉନ୍ନତୀକରଣ ପାଇଁ ରାଜ୍ୟରେ ୪ଟି ବୈଷୟିକ କମିଟି ଗଠନ ହେବ। ଜଳ ସଂପଦ ବିଭାଗ ଅଧିକାରୀଙ୍କ ସହ ଚଳିତ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନା ପ୍ରସ୍ତୁତିର ସମୀକ୍ଷା ସହିତ, ୪ଟି ବୈଷୟିକ କମିଟି ଗଠନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।